BJP Photograph: (OTV)
ବିଜେପି ରାଷ୍ଟ୍ରୀୟ ସଭାପତି ନିର୍ବାଚନ ପାଇଁ ଆଜି ନାମାଙ୍କନ। ଅପରାହ୍ନରେ ନାମାଙ୍କନ ଦାଖଲ ଭରିବେ ପ୍ରାର୍ଥୀ। ଏଥିପାଇଁ ଦିନ ୨ଟାରୁ ୪ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଛି। ଅପରାହ୍ନ ୪ଟାରୁ ୫ଟା ନାମାଙ୍କନ ଯାଞ୍ଚ, ୫ଟାରୁ ୬ଟା ନାମାଙ୍କନ ପ୍ରତ୍ୟାହାର ସମୟ ରହିଛି। ଆସନ୍ତାକାଲି ଘୋଷଣା ହେବ ନିର୍ବାଚିତ ସଭାପତିଙ୍କ ନାମ।
ତେବେ ଯଦି ଜଣେ ହିଁ ବ୍ୟକ୍ତି ନାମାଙ୍କନ ଦାଖଲ କରିବେ ତେବେ ଆଜି ହିଁ ନାଁ ଘୋଷଣା କରାଯିବ।ବର୍ତ୍ତମାନ ନୀତିନ ନବୀନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ତୁଲାଉଛନ୍ତି। ସୂଚନା ଅନୁସାରେ ନୀତିନ ନବୀନ ହିଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ। ସେ ହିଁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସୂଚନା ରହିଛି।
ତାଙ୍କୁ ପୂର୍ଣ୍ଣକାଳୀନ ସଭାପତି ଭାବେ ଦାୟିତ୍ୱ ପ୍ରଦାନ କରାଯିବ। ନାମାଙ୍କନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ବିଜେପିର ବହୁ ହେଭିୱେଟ୍ ନେତା ଉପସ୍ଥିତ ରହିପାରନ୍ତି। ଗତ ବର୍ଷ ଡିସେମ୍ବର ୧୪ ତାରିଖରେ ନୀତିନ ନବୀନଙ୍କୁ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି କରାଯାଇଥିଲା।
ବିଜେପି ରାଷ୍ଟ୍ରୀୟ ସଭାପତି ନିର୍ବାଚନ ପାଇଁ ଆଜି ନାମାଙ୍କନ
ଅପରାହ୍ନରେ ୨ଟାରୁ ୪ଟା ପର୍ଯ୍ୟନ୍ତ ନାମାଙ୍କନ ଦାଖଲ
ଅପରାହ୍ନରେ ୫ଟାରୁ ୬ଟା ନାମାଙ୍କନ ପ୍ରତ୍ୟାହାର ସମୟ
ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇପାରନ୍ତି କାର୍ଯ୍ୟକାରୀ ଅଧ୍ୟକ୍ଷ ନୀତିନ ନବୀନ
ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିପାରନ୍ତି ନୀତିନ ନବୀନ
ଜଣେ ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ ଆଜି ଅଧ୍ୟକ୍ଷ ନାଁ ଘୋଷଣା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/19/bjp-2026-01-19-08-56-09.jpg)