Advertisment

Lingaraj Temple Handivanga Yatra: ୧୧ ବର୍ଷ ପରେ ଆଜି ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ, ପୂର୍ଣ୍ଣ ହେବ ଦେବନୀତି ଦର୍ଶନର ଅପେକ୍ଷା

୧୧ ବର୍ଷ ପରେ ଆଜି ହେବ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ। ଆଜି ଏକାଠି ହେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ବାସୁଦେବ, ମା’ପାର୍ବତୀ, କପିଳେଶ୍ୱର ଓ ଶନିଶ୍ୱର।

author-image
Chinmayee Sahoo
Lingaraj Temple

Lingaraj Temple Photograph: (OTV)

୧୧ ବର୍ଷ ପରେ ଆଜି ହେବ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ। ଆଜି ଏକାଠି ହେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ବାସୁଦେବ, ମା’ପାର୍ବତୀ, କପିଳେଶ୍ୱର ଓ ଶନିଶ୍ୱର। ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର ଉତ୍କଣ୍ଠା। ଏଥିପାଇଁ ସ୍ୱତନ୍ତ୍ର ସର୍କିଟ ହାଉସଠାରେ ଖୋର୍ଦ୍ଧା ଜିଲ୍ଲାପାଳ ଅମୃତ ଋତୁରାଜଙ୍କ ଅଧ୍ୟକ୍ଷତାରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ ବୈଠକ ହୋଇଥିଲା। 

Advertisment

ନିଷ୍ପତ୍ତି ଅନୁଯାୟୀ, କପିଳେଶ୍ୱରଙ୍କ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ସେବାସ୍ୱତ୍ତ୍ୱ ଚୁଡାନ୍ତ କରିବାକୁ ୩ ଜଣିଆ ନ୍ୟାୟିକ କମିଟି ଗଠନ ହେବ। ଠାକୁରଙ୍କ ଦିନ ତମାମର ୪ ବେଳା ପାଇଁ କୋଠ ବ୍ୟଞ୍ଜନାଦି ପ୍ରସ୍ତୁତି ଓ ସମର୍ପଣ କରାଯିବ। କିନ୍ତୁ ବରାଦି ଭୋଗ ପ୍ରସ୍ତୁତି ଏବଂ ସେଇ ସନ୍ଧ୍ୟାରେ ଶ୍ରୀଲିଙ୍ଗରାଜ-କପିଳେଶ୍ୱରଙ୍କ ଭେଟ ଆଳତୀ ନୀତି ମଲିଆ ସେବାୟତଙ୍କ ଦ୍ୱାରା କରାଯିବ। ଅନ୍ତରୀଣ ସେବା ସ୍ୱତ୍ତ୍ୱକୁ ମାନିବେ ଖୁଣ୍ଟିଆ ଓ ମଲିଆ ସେବାୟତ।

Lingaraj Temple Lingaraj Temple Handivanga Yatra
Advertisment
Related Articles
Advertisment