Advertisment

କମନେଓ୍ୱଲେ୍ଥ ଟେବୁଲ ଟେନିସ୍‌ ଚାମ୍ପିଅନସିପ ପାଇଁ ସମସ୍ତ ପ୍ରସ୍ତୁତି ଶେଷ

କଟକ: କଟକ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା କମନେଓ୍ୱଲେ୍ଥ ଟେବୁଲ ଟେନିସ୍‌ ଚାମ୍ପିଅନସିପ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ଚାମ୍ପିଅନସିପରେ ୧୪ ଟି ଦେଶର ଖେଳାଳି ଭାଗ ନେବେ। ଖେଳାଳି ମାନେ କଟକରେ ପହଞ୍ଚୁଥିବାରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା କଟକ ଡିସିପି କହିଛନ୍ତି। ଏଥିସହିତ ସହରର ବିଭିନ୍ନ ପ୍ରାଚୀରରେ ପେଣ୍ଟିଂ କରାଯାଉଛି। ଇଣ୍ଡୋର ଷ୍ଟାଡିୟମରେ ରହିଥିବା ୫ ହଜାର ସିଟ୍‌କୁ ୩୦ ଟି ଜୋନ୍‌ରେ ଭାଗ କରାଯାଇଛି। ଦର୍ଶକ ମାନେ ଏହି ଷ୍ଟାଡିୟମକୁ […]

କମନେଓ୍ୱଲେ୍ଥ ଟେବୁଲ ଟେନିସ୍‌ ଚାମ୍ପିଅନସିପ ପାଇଁ ସମସ୍ତ ପ୍ରସ୍ତୁତି ଶେଷ

5

Advertisment

କଟକ: କଟକ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା କମନେଓ୍ୱଲେ୍ଥ ଟେବୁଲ ଟେନିସ୍‌ ଚାମ୍ପିଅନସିପ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ଚାମ୍ପିଅନସିପରେ ୧୪ ଟି ଦେଶର ଖେଳାଳି ଭାଗ ନେବେ। ଖେଳାଳି ମାନେ କଟକରେ ପହଞ୍ଚୁଥିବାରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା କଟକ ଡିସିପି କହିଛନ୍ତି।

Advertisment

publive-image

ଏଥିସହିତ ସହରର ବିଭିନ୍ନ ପ୍ରାଚୀରରେ ପେଣ୍ଟିଂ କରାଯାଉଛି। ଇଣ୍ଡୋର ଷ୍ଟାଡିୟମରେ ରହିଥିବା ୫ ହଜାର ସିଟ୍‌କୁ ୩୦ ଟି ଜୋନ୍‌ରେ ଭାଗ କରାଯାଇଛି। ଦର୍ଶକ ମାନେ ଏହି ଷ୍ଟାଡିୟମକୁ ପ୍ରବେଶ କରିବା ପାଇଁ ୮ଟି ଗେଟ୍ ରହିଛି। ଖେଳାଳି ଓ ଭି ଭି ଆଇ ପିଙ୍କ ପ୍ରବେଶ ଲାଗି ସ୍ୱତନ୍ତ୍ର ଗେଟ୍ ରହିଛି। ଷ୍ଟାଡିୟମ ପରିସରରେ ୧୦ ପ୍ଲାଟୁନ ପୁଲିସ୍‌ ଫୋର୍ସ ରହିବେ।

ସକାଳ ୯ଟାରୁ ରାତି ୧୦ ଟା ଯାଏ ମ୍ୟାଚ୍‌ ରହିଥିବାରୁ ୨ଟି ସିଫ୍ଟରେ ପୁଲିସ୍‌ ସୁରକ୍ଷା ଦାୟିତ୍ୱରେ ରହିବେ। ୨ ଜଣ ଏଡିସିପି ସୁରକ୍ଷା ତଦାରଖ କରିବେ ଟ୍ରାଫିକ ନିୟନ୍ତ୍ରଣ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। କଟକର ଖ୍ରୀଷ୍ଟିଆନ ପଡ଼ିଆ ଓ ଉପର ବାଲିଯାତ୍ରା ପଡିଆରେ ପାର୍କିଂ ବ୍ୟବସ୍ଥା କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ