Advertisment

ଟସ୍ ଜିତିଲା ଦିଲ୍ଲୀ, ଫେରିଲେ ଈଶାନ୍ତ ଶର୍ମା

ଦୁବାଇ: ଚଳିତ ଆଇପିଏଲରେ ହ୍ୟାଟ୍ରିକ୍ ବିଜୟ ଲକ୍ଷ୍ୟରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ଆଜି ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ। ଲଗାତର ଦୁଇଟି ମ୍ୟାଚ୍ ହାରିଥିବା ହାଇଦ୍ରାବାଦ ପାଇଁ ଏହି ମ୍ୟାଚ୍ ବେଶ୍ ଗୁରୁତ୍ୱପୂର୍ଣ୍ଣ। ସେହିପରି ଦିଲ୍ଲୀ ହ୍ୟାଟ୍ରିକ୍ ବିଜୟ ହାସଲ ଲକ୍ଷ୍ୟରେ ରହିଛି। ଉକ୍ତ ମ୍ୟାଚରେ ଦିଲ୍ଲୀ କ୍ୟାପଟେନ୍ ଶ୍ରେୟସ୍ ଆୟର୍ ଟିମରେ ଗୋଟିଏ ପରିବର୍ତ୍ତନ କରିଛନ୍ତି। ଅଭିଜ୍ଞ ପେସ୍ […]

ଅଦ୍ୟତନ ହୋଇଛି
ଟସ୍ ଜିତିଲା ଦିଲ୍ଲୀ, ଫେରିଲେ ଈଶାନ୍ତ ଶର୍ମା

ipl

Advertisment

ଦୁବାଇ: ଚଳିତ ଆଇପିଏଲରେ ହ୍ୟାଟ୍ରିକ୍ ବିଜୟ ଲକ୍ଷ୍ୟରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ଆଜି ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ। ଲଗାତର ଦୁଇଟି ମ୍ୟାଚ୍ ହାରିଥିବା ହାଇଦ୍ରାବାଦ ପାଇଁ ଏହି ମ୍ୟାଚ୍ ବେଶ୍ ଗୁରୁତ୍ୱପୂର୍ଣ୍ଣ। ସେହିପରି ଦିଲ୍ଲୀ ହ୍ୟାଟ୍ରିକ୍ ବିଜୟ ହାସଲ ଲକ୍ଷ୍ୟରେ ରହିଛି।

Advertisment

ଉକ୍ତ ମ୍ୟାଚରେ ଦିଲ୍ଲୀ କ୍ୟାପଟେନ୍ ଶ୍ରେୟସ୍ ଆୟର୍ ଟିମରେ ଗୋଟିଏ ପରିବର୍ତ୍ତନ କରିଛନ୍ତି। ଅଭିଜ୍ଞ ପେସ୍ ବୋଲର୍ ଈଶାନ୍ତ ଶର୍ମା ଦଳକୁ କମବ୍ୟାକ୍ କରିଥିବା ବେଳେ ଆଭେଶ୍ ଖାନ୍ ବାଦ୍ ପଡ଼ିଛନ୍ତି। ସେହିପରି ହାଇଦ୍ରାବାଦ ଟିମରେ ଦୁଇଟି ପରିବର୍ତ୍ତନ ହୋଇଛି।

ମିଡିଲ୍ ଅର୍ଡର ବ୍ୟାଟିଂକ୍ରମକୁ ସୁଧାରିବା ପାଇଁ କ୍ୟାପଟେନ୍ ଡେଭିଡ୍ ୱାର୍ଣ୍ଣର୍ କେନ୍ ୱିଲିୟନସନ ଏବଂ ୱିକେଟକିପର ଭାବେ ଅବଦୁଲ୍ ସମାଦଙ୍କୁ ସାମିଲ୍ କରିଛନ୍ତି। ତେବେ ଆଫଗାନିସ୍ତାନ ଅଲରାଉଣ୍ଡର ମହମ୍ମଦ ନବି ଓ ଋଦ୍ଧିମାନ ସାହା ଚୂଡ଼ାନ୍ତ ଏକାଦଶରୁ ବାଦ୍ ପଡ଼ିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ