Advertisment

ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ଦୁବାଇ: ଚଳିତ ଆଇପିଏଲର ସପ୍ତମ ମୁକାବିଲାରେ ମୁହାଁମୁହିଁ ହୋଇଛନ୍ତି ଚେନ୍ନାଇ ସୁପର୍ କିଙ୍ଗସ୍ ଓ ଦିଲ୍ଲୀ କ୍ୟାପିଟାଲ୍ସ। ଦୁବାଇ ଇଣ୍ଟରନ୍ୟାଶନାଲ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଚେନ୍ନାଇ କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନି ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚେନ୍ନାଇ କ୍ୟାପଟେନ୍ ଧୋନି ମ୍ୟାଚରେ ଗୋଟିଏ ପରିବର୍ତ୍ତନ କରିଛନ୍ତି। ଦକ୍ଷିଣ ଆଫ୍ରିକୀୟ ପେସର୍ ଲୁଙ୍ଗି ଏନଗିଡିଙ୍କ ସ୍ଥାନରେ ଅଷ୍ଟ୍ରେଲୀୟ ଫାଷ୍ଟ ବୋଲର ଜୋଶ ହେଜଲଉଡଙ୍କୁ ସାମିଲ୍ କରାଯାଇଛି। ସେହିପରି ଦିଲ୍ଲୀ ଦଳରେ ଦୁଇଟି ପରିବର୍ତ୍ତନ […]

ଅଦ୍ୟତନ ହୋଇଛି
ପୁଣି ଟସ୍ ଜିତିଲେ ଧୋନି, ଦିଲ୍ଲୀ ଟିମରୁ ଅଶ୍ୱିନ୍ ଆଉଟ୍

ms

Advertisment

ଦୁବାଇ: ଚଳିତ ଆଇପିଏଲର ସପ୍ତମ ମୁକାବିଲାରେ ମୁହାଁମୁହିଁ ହୋଇଛନ୍ତି ଚେନ୍ନାଇ ସୁପର୍ କିଙ୍ଗସ୍ ଓ ଦିଲ୍ଲୀ କ୍ୟାପିଟାଲ୍ସ। ଦୁବାଇ ଇଣ୍ଟରନ୍ୟାଶନାଲ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଚେନ୍ନାଇ କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନି ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Advertisment

ଚେନ୍ନାଇ କ୍ୟାପଟେନ୍ ଧୋନି ମ୍ୟାଚରେ ଗୋଟିଏ ପରିବର୍ତ୍ତନ କରିଛନ୍ତି। ଦକ୍ଷିଣ ଆଫ୍ରିକୀୟ ପେସର୍ ଲୁଙ୍ଗି ଏନଗିଡିଙ୍କ ସ୍ଥାନରେ ଅଷ୍ଟ୍ରେଲୀୟ ଫାଷ୍ଟ ବୋଲର ଜୋଶ ହେଜଲଉଡଙ୍କୁ ସାମିଲ୍ କରାଯାଇଛି। ସେହିପରି ଦିଲ୍ଲୀ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି।

ପ୍ରଥମ ମ୍ୟାଚରେ ଆହତ ହୋଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ଦଳର ଷ୍ଟାର୍ ସ୍ପିନର୍ ରବିଚନ୍ଦ୍ରନ୍ ଅଶ୍ୱିନ୍ ବାଦ୍ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଭେଟେରାନ୍ ସ୍ପିନର୍ ଅମିତ୍ ମିଶ୍ରଙ୍କୁ ସୁଯୋଗ ମିଳିଛି। ସେହିପରି ମୋହିତ ଶର୍ମାଙ୍କ ସ୍ଥାନରେ ଅଭେଶ ଖାନଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳିଛି।

Advertisment

ସୂଚନାଯୋଗ୍ୟ, ଚେନ୍ନାଇ ତା'ର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଥିବା ବେଳେ ୨ୟ ମୁକାବିଲାରେ ରାଜସ୍ଥାନ ରୟାଲ୍ସକୁ ଠାରୁ ପରାସ୍ତ ହୋଇଥିଲା। ଅନ୍ୟପକ୍ଷରେ ଦିଲ୍ଲୀ ପ୍ରଥମ ମୁକାବିଲାରେ କିଙ୍ଗସ୍ ଇଲେଭେନ୍ ପଞ୍ଜାବକୁ ସୁପର୍ ଓଭରରେ ଅଭିଯାନ ଆରମ୍ଭ କରିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ