ତିନି ଠାକୁରଙ୍କ ଅଧର ବ ଓଠ ଉଚ୍ଚର ଏବଂ କୁମ୍ବ ଆକୃତିର ୯ଟି ମାଟି ପାତ୍ରରେ ଦିବ୍ୟ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା । ପରମ୍ପରା ଅନୁସାରେ କ୍ଷୀର, ସର, ଛେନା, କଦଳୀ ସହ ଅନ୍ୟ ସୁବାସିତ ଦ୍ରବ୍ୟରେ ପ୍ରସ୍ତୁତ ଏହି ଦିବ୍ୟ ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଇଥିଲା।
ଆଜି ମହାପ୍ରଭୁଙ୍କ ପବିତ୍ର ଅଧରପଣା ନୀତି। ସନ୍ଧ୍ୟା ବେଳେ ରଥାରୁଢ଼ ଠାକୁରଙ୍କ ପାଖରେ ଲାଗି ହେବ ଅଧରପଣା।
ଶ୍ରୀମନ୍ଦିରର ରାଜଭୋଗ ଏବଂ ଛପନ ଭୋଗ ମଧ୍ୟରେ ପଣା ଭୋଗ ଅନ୍ୟତମ। ପଣା ଭୋଗ ଠାକୁରଙ୍କ ନିତିଦିନିଆ ନୀତି ସମେତ କେତେକ ବିଶେଷ ପର୍ବପର୍ବାଣିରେ ମଧ୍ୟ ହୋଇଥାଏ। ଶ୍ରୀମନ୍ଦିର ଭୋଗ ପରମ୍ପରା ମଧ୍ୟରେ ତିନିପ୍ରକାର ପଣା ଭୋଗ ହୋଇଥାଏ। ଆସନ୍ତୁ ସେସବୁ ବିଷୟରେ ଜାଣିବା।
ଆଜିର ଅଧରପଣା ନୀତି ସମାପ୍ତ ପରେ ଆସନ୍ତାକାଲି ନବଦିନାତ୍ମକ ଯାତ୍ରା ସାରି ନିଳକନ୍ଦରକୁ ବାହୁଡିବେ ଚତୁର୍ଦ୍ଧାମୂରତି । ଅଧରପଣା ନୀତି ଦର୍ଶନ ପାଇଁ ସିଂହଦ୍ୱାର ସମ୍ମୁଖରେ ଭକ୍ତଙ୍କ ଭିଡ଼ ଲାଗିଛି ।