ବିଜୟୱାଡାର କେସରପାଲି ଆଇଟି ପାର୍କରେ ଶପଥ ଗ୍ରହଣ ସମାରୋହ ହେଉଛି। ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ କାର୍ଯ୍ୟକାଳ । ୧୯୯୫ରେ ନାଇଡୁ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ।
ଅଣସର୍ଭେ ଇଲାକା କୁହାଯାଉଥିବା କୋଟିଆ ଗ୍ରାମପୁଞ୍ଜରେ ୨୦୦୮ରେ ଜଙ୍ଗଲ ଜମି ଆଇନ ଅନୁଯାୟୀ, ଓଡ଼ିଶା ସରକାରଙ୍କ ପକ୍ଷରୁ ଦିଆଯାଇଥିଲା ଘର ଏବଂ ଚାଷ ଜମି ପାଇଁ ପଟ୍ଟା। ତାମଧ୍ୟରେ ଥିଲେ ଦୀର୍ଘ ବର୍ଷ ଧରି ଏଠି ବସବାସ କରୁଥିବା ଆନ୍ଧ୍ରର ଦୋରା ସଂପ୍ରଦାୟର ଆଦିବାସୀ। ତେବେ ତାଡ଼ିବାଲସାରେ ସରକାରୀ ସୁବିଧା କହିଲେ କେବଳ ରାସନକାର୍ଡ ଛଡ଼ା, କୌଣସି ପଟ୍ଟା ଖଣ୍ଡେ ଦେଇପାରିନାହାନ୍ତି ଓଡ଼ିଶା ସରକାର।