ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ୍ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି।
ଭୁବନେଶ୍ୱର ବରମୁଣ୍ଡା ନୂଆ ବସ୍ଷ୍ଟାଣ୍ଡରେ ବୋମାମାଡ଼ ହୋଇଛି। ହୋଟେଲ୍ ଉପରକୁ ଦୁଇଟି ବୋମାମାଡ଼ ହୋଇଥିବା ଜଣାପଡ଼ିଛି।
ଘର ଉପରକୁ ବୋମା ମାଡ । ପୁରୀର ଏନ୍ଫୋର୍ସମେଣ୍ଟ ଅଧିକାରୀ କାଶୀନାଥ ମହାରଣାଙ୍କ ଘର ଉପରକୁ ବୋମାମାଡ଼ ହୋଇଛି ।
ନବ ନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ବାହାରେ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିବା ସୂଚନା ମିଳିଛି। ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ବୋମାମାଡ଼ରେ ଘରର ପାଚେରୀ ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି।
ବ୍ରହ୍ମଗିରିର ଦଣ୍ଡୁଆସିପଡ଼ା ଗାଁରେ ବୋମାମାଡ଼ ଓ ଗୁଳି ଚାଳନା ପରେ ସ୍ଥିତି ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଇଛି। ଗାଁରେ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗିରଫ ଭୟରେ ଗାଁ ପୁରୁଷଶୂନ୍ୟ ହୋଇପଡ଼ିଛି।
ରାତି ଅଧରେ ଫୁଲିଟା ବୋମା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ ଗାଁରେ ବୋମା ଫୁଟିଥିଲା ଫଳରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଅଳ୍ପକେ ବର୍ତ୍ତିଛନ୍ତି । ଗୁଣି ଗାରେଡି ସନ୍ଦେହକୁ ନେଇ ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି ।