ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ଲାଗି ସ୍ୱତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ। ଏନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି ବୋଲି ସୂଚନା ଦିଆଯାଇଛି। ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ, ନିଶାଦ୍ରବ୍ୟ ସମ୍ପର୍କିତ ବିଭିନ୍ନ ଅପରାଧ ସମ୍ପର୍କରେ ଏହି ଶାଖା ଅନୁସନ୍ଧାନ କରି ପଦକ୍ଷେପ ନେବେ।
ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ଲାଗି ସ୍ୱତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ। ଏହାସହ କମିଶନରେଟ୍ ପୋଲିସ ଅଞ୍ଚଳରେ ଆଉ ୩ଟି ନୂଆ ଥାନା ଗଠନକୁ ମଞ୍ଜୁରୀ ଦିଆଯାଇଛି।
କେବିଏନ୍ ଗ୍ରୁପ୍ର ଗୋଟିଏ ପରେ ଗୋଟିଏ ସଦସ୍ୟଙ୍କ ଘରେ ପଶି ଖାନ୍ତଲାସି କରୁଛି କମିଶନରେଟ୍ ପୋଲିସ । ଘର ଛାତ ଭାଙ୍ଗୁଛି, ଚଟାଣ ବି ତାଡ଼ୁଛି ପୋଲିସ ।
ମନୀଷ ଅନୁରାଗ ମୃତ୍ୟୁ ଘଟଣାରେ ପୋଲିସର ତନାଘନା। ଫୁଲବାଣୀରେ ଆତ୍ମସର୍ପଣ କରିଥିବା ୨ ଯୁବକଙ୍କୁ ଭୁବନେଶ୍ୱର ଆଣିଲା ପୋଲିସ।
ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ପୋଲିସ୍କୁ ସୁରାକ୍ ମିଳିଛି। ମନୀଷଙ୍କୁ ପାତ୍ରପଡ଼ା ସ୍ଥିତ ସାଉଥ ସିଟି ବାର୍ ନେଇଥିବା କାର୍ର ସନ୍ଧାନ ମିଳିଛି। ପୋଲିସ କାର୍କୁ ଜବତ କରି ତଦନ୍ତ ଚଳାଇଛି।
ମନିଷ ଦାସଙ୍କ ମୃତ୍ୟୁକୁ ନେଇ ନିଜର ମନର କଥା କହିଲେ ମନିଷଙ୍କ ବାପା ନବୀନ ଦାସ । ନିର୍ଭୟା ଗୁମରକଥା ଜରିଆରେ ଭିଡିଓ ରିଲିଜ୍ କରି ନିଜ ମନର କଥା ସେୟାର କରିଛନ୍ତି ବରିଷ୍ଠ ସାମ୍ୱାଦିକ ନବୀନ ଦାସ ।
’ଦୁର୍ଗାପୂଜାରେ ଅମାନିଆ ଲୋକଙ୍କୁ କ୍ଷମା ମିଳିବନି । ନିମୟ ଖିଲାପ କଲେ ଦଣ୍ଡ । ମନଇଚ୍ଛା ବୁଲିଲେ ମାମୁଁଘର ଯିବାକୁ ପଡ଼ିବ । ପାର୍ବଣ ବେଳେ ଅପରାଧୀଙ୍କ ଉପରେ ରହିବ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପୋଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବି ହେବ । ଆଜି ସାମ୍ବାଦିକ ସମ୍ମିଳନୀରେ କିଛି ଏଭଳି ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।
କେବଳ ଜୁନ୍ରେ ଠକେଇ ନେଇ ୧୫ଟି ମାମଲା ରୁଜୁ ହୋଇଛି। ସାଇବର ଠକ ମୁଖ୍ୟତଃ UPI ମାଧ୍ୟମରେ ଅଧତ୍କ ଠକେଇ କରିଛନ୍ତି। ଏଥିସହ କ୍ରେଡିଟ୍ କାର୍ଡ, ଫୋନ କଲ୍ରେ ମଧ୍ୟ ଲୋକଙ୍କୁ ଠକିଛନ୍ତି।
ଅଧଘଣ୍ଟାଏରୁ ଅଧିକ ସମୟ ଧରି ସେମାନେ ମାଷ୍ଟର କ୍ୟାଣ୍ଟିନ୍ ଛକରେ ଆତଙ୍କରାଜ ଚଳାଇଥିଲେ। ଆଉ ତା’ପରେ ସେଠାରୁ ଚମ୍ପଟ ମାରିଲେ। ୨୦ ମିଟର୍ ଦୂରରେ ଆଉଟ୍ପୋଷ୍ଟ ଥିବା ସୱେ ପୋଲିସ ଜାଣିପାରିଲାନି କେମିତି।