ଐତିହ୍ୟ କରିଡର ନାଁରେ ଶ୍ରୀମନ୍ଦିର ଚାରିପାଖେ ବେଆଇନ୍ ଖନନକୁ ବିରୋଧ କରି ଶରଧାବାଲିରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯିବାକୁ ସଜବାଜ ହୋଇଥିବା ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ଆଇନଶୃଙ୍ଖଳାକୁ ସମ୍ମାନ ଜଣାଇ ଆସନ୍ତାକାଲିର ଶୋଭାଯାତ୍ରାକୁ ସ୍ଥଗିତ ରଖିଛି ।
ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ଥମୁନି ଛକାପଞ୍ଛା । ଆଇନଶୃଙ୍ଖଳା ଦୃଷ୍ଟିରୁ ଆସନ୍ତାକାଲି ପୁରୀରେ ହେବାକୁ ଥିବା ଉଭୟ ସପକ୍ଷ ଓ ବିପକ୍ଷବାଦୀଙ୍କ ଶୋଭାଯାତ୍ରା ଓ ଦୀପଦାନ କାର୍ଯ୍ୟରେ ପ୍ରଶାସନ ରୋକ୍ ଲଗାଇଥିଲେ ବି ଭିତରେ ଭିତରେ ଜାରି ରହିଛି ବାଦବିବାଦ ସ୍ଥିତି ।