• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona Cases In Odisha

corona testing
ରାଜ୍ୟରେ ୭ ହଜାର ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା, କମୁନି ମୃତ୍ୟୁ ହାର

ଭୁବନେଶ୍ୱର: ରାଜ୍ୟରେ ହଠାତ୍‌ ଆଜି କରୋନା ପଜିଟିଭଙ୍କ ସଂଖ୍ୟା ଆଶାତୀତ ହ୍ରାସ ପାଇଛି। ଗତକାଲି ୧୧ ହଜାର ଉପରେ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଣଣ ହୋଇଛନ୍ତି  ୬ ହଜାର ୭୩୬ କେରୋନା ପଜିଟିଭ। ଏଥିମଧ୍ୟରୁ ଲୋକାଲ କେସ ୨,୯୬୨ ଥିବାବେଳ କ୍ୱାରେଣ୍ଟିନରୁ  ବାହାରିଛନ୍ତି ୨୭୭୪ ଜଣ। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲାକ ସମ୍ପର୍କ ବିଭାଗ । ସେହିପରି ରାଜ୍ୟରେ ଆଜି ୩୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। […]

covid test-1
କମୁନି ମୃତ୍ୟୁ ସଂଖ୍ୟା; ଆଜି କରୋନାରେ ଆଖି ବୁଜିଲେ ୨୬

ଭୁବନେଶ୍ୱର: ଦେଶରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବାବେଳେ ଓଡ଼ିଶାରେ ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୨୦ ଉପରେ ରହୁଛି। ଗତକାଲି ରାଜ୍ୟରେ ସର୍ବାଧିକ ୨୭ ଜଣ କରୋନାରରେ ଆଖି ବୁଜିଥିବାବେଳେ ଆଜି ୨୬ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି। ଆଜି ମୃତ ୨୬ ଜଣଙ୍କ ମଧ୍ୟରୁ ସବୁଠୁ ଆଗରେ ଅଛନ୍ତି ଖୋର୍ଦ୍ଧା ଓ କୋରାପୁଟ। ଏହି […]

_117666215_virusnosegraphic
ରାଜ୍ୟରେ ୧୧ ହଜାର ତଳକୁ ଖସୁନି ସଂକ୍ରମଣ; ଆଜି ବି ବାହାରିଲେ ୧୧, ୧୦୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ବେକାବୁ ହେଉଛି କରୋନା। ଦୈନିକ ସଂକ୍ରମଣ ଗତ କିଛି ଦିନ ହେଲା ୧୧ ହଜାର ତଳକୁ ଖସୁନି। ସଂକ୍ରମିତଙ୍କ ସଂଖ୍ୟା ଗତକାଲି ୧୨,୫୨୩  ଥିବାବେଳେ ଆଜି ୧୧,୧୦୮ ରହିଛି। ଏଥିମଧ୍ୟରୁ ୬,୨୧୯ କ୍ୱାରେଣ୍ଟିନରେ ଥିବାବେଳେ ୪୮୮୯ ଲୋକାଲ କଣ୍ଟାକ୍ଟ ରହିଛି। ଆଜି ବି ସର୍ବାଧିକ ରୋଗୀ ଖୋର୍ଦ୍ଧା ଜିଲ୍ଲାରୁ ବାହାରିଛନ୍ତି। ଏଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୪୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି କଟକ। ଏଠାରୁ ୯୪୪ ଜଣ […]

corona death
ଆଜି ରାଜ୍ୟରେ କରୋନାରେ ଆଖି ବୁଜିଲେ ସର୍ବାଧିକ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଆଜି ରେକର୍ଡ କରିଛି କରୋନା ମୃତ୍ୟୁ ସଂଖ୍ୟା। ଦିନକରେ ୨୭ ରୋଗୀ ଆଖି ବୁଜିଛନ୍ତି। ଦେଶରୁ ସବୁ ପ୍ରାନ୍ତରୁ କରୋନା ସଂକ୍ରମଣ ହ୍ରାସ ପାଉଥିବା ଦେଖିବାକୁ ମିଳିଥିବାବେଳେ ଓଡ଼ିଶାରେ ଗ୍ରାଫ ଉପରମୁହାଁ ହୋଇଛି। ଆଜି ୨୭ ମୃତକଙ୍କ ମଧ୍ୟର ଖୋର୍ଦ୍ଧା, କୋରାପୁଟରୁ ୪ ଲେଖାଏଁ, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ ଲେଖାଏଁ, କଳାହାଣ୍ଡିରୁ ୨ ଓ ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଜପତିରୁ ଜଣେ ଲେଖାଏଁ ଅଛନ୍ତି । ସେହିପରି ଝାରସୁଗୁଡ଼ା, ନବରଙ୍ଗପୁର, ପୁରୀ, ସୁବର୍ଣ୍ଣପୁରରୁ […]

corona testing
ରାଜ୍ୟରେ ୧୨ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧,୮୪୨

ଭୁବନେଶ୍ୱର: ରାଜ୍ୟରୁ କରୋନା ସଂକ୍ରମଣ ଯେପରି କମିବାର ନାଁ ନେଉନି। ଆଜି ଦୈନିକ ସଂକ୍ରମଣ ପୁଣି ୧୨ ହଜାର ଉପରେ ରହିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁସାରେ, ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି  ୧୨,୫୨୩ କରୋନା ପଜିଟିଭ। ଏଥିମଧ୍ୟରୁ କ୍ୱାରେଣ୍ଟିରେ ୭, ୦୧୨ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ   ୫,୫୧୧ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ବିଶେଷକରି ଚିନ୍ତା ବଢାଇଛି ଖୋର୍ଦ୍ଧା ଜିଲ୍ଲା। ସବୁଠାରୁ […]

covid
ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ; ଖୋର୍ଦ୍ଧା, କଟକ ହଜାରେ ଉପରେ

ଭୁବନେଶ୍ୱର: ରାଜ୍ୟରେ କରୋନ ସଂକ୍ରମଣ କମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଛି। ଆଜି ବି ରାଜ୍ୟରେ ୨୪ ଘଣ୍ଟାରେ ୧୧ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟା କ୍ୱାରେଣ୍ଟାଇନରୁ ୬୪୩୯ ଜଣ ଓ  ଲୋକାଲ କେସ୍ ୫୦୫୯ ଜଣ ଚିହ୍ନଟ ହୋଇଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ କଟକରୁ […]

COVID19
ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼; ଦିନକରେ ବାହାରିଲେ ୬୩୧ କରୋନା ସଂକ୍ରମିତ

ଭୁବନେଶ୍ୱର: ସବୁ ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ। କରୋନା ସଂକ୍ରମଣ ଯେଉଁ ହାରରେ ଏଠାରେ ବଢୁଛି ତାହା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି। ଲଗାତାର ଦୈନିକ କରୋନା ସଂକ୍ରମଣ ତାଲିକାର ଉପରେ ଥିବା ସୁନ୍ଦରଗଡରୁ ଆଜି ରେକର୍ଡ ସଂଖ୍ୟକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଜି ଏଠାରୁ ୬୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଗତକାଲି ୨୨୬୭ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ବାହାରିଛି ୨୯୮୯ ଜଣ ସଂକ୍ରମିତ। ଏମାନଙ୍କ ମଧ୍ୟରୁ ୧୭୩୩ କରୋନା ରୋଗୀ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ […]

corona
ରାଜ୍ୟରେ ଦିନକରେ ବାହାରିଲେ ୧୭୮୪ କରୋନା ସଂକ୍ରମିତ, ନୂଆପଡ଼ା ଆଗରେ

ଭୁବନେଶ୍ୱର: ରାଜ୍ୟରେ ବେକାବୁ ହେଉଛି କରୋନା। ଦିନକୁ ଦିନ ସଂକ୍ରମଣ ବଢି ବଢି ଚାଲିଛି। ଆଜି  ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୭୮୪ କରୋନା ପଜିଟିଭ । ସେମାନଙ୍କ ମଧ୍ୟରୁ ୧୦୩୪ କ୍ୱାରେଣ୍ଟିନରୁ ବାହାରି ଥିବାବେଳେ ୭୪୯ ଲୋକାଲ କଣ୍ଟାକ୍ଟ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା। ସେହିପରି  ରାଜ୍ୟରେ କରୋନାରେ ଆଜି ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ଭଦ୍ରକ ଓ ବଲାଙ୍ଗିର ଜିଲ୍ଲାର। ଏହାକୁ […]

corona
ରାଜ୍ୟରେ କରୋନା ମୃତ୍ୟୁ: ଆଖି ବୁଜିଲେ ୨୮ ବର୍ଷର ଯୁବକ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦ୍ୱିତୀୟ ଲହରୀ ଚିନ୍ତା ବଢାଇଛି। ଦୈନିକ ସଂକ୍ରମଣ ରେକର୍ଡ ସଂଖ୍ୟକ ବୃଦ୍ଧି ପାଉଥିବାବେଳେ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏହା ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି। ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ  […]

coronavirus in odisha
ରାଜ୍ୟରେ ୨୪ ଘଣ୍ଟାରେ ୫୮୮ କରୋନା ରୋଗୀ ଚିହ୍ନଟ; ୧୦୦ ଟପିଲା ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ବାହାରକୁ ଯାଉଛି କରୋନା ସଂକ୍ରମଣ। ପ୍ରତିଦିନ କରୋନା ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଛି। ଗତକାଲି ୫୭୩ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ପଜିଟିଭ୍ ଚିହ୍ନଟ; ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪, ଝାରସୁଗୁଡ଼ାରୁ ୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୫, ବାଲେଶ୍ୱରରୁ […]

virus
ବେକାବୁ କରୋନା; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୬୧ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ହାର ଯେପରି ବଢିବାରେ ଲାଗିଛି ତାହାକୁ ଦେଖି ରାଜ୍ୟବାସୀଙ୍କ ନିଦ ହଜି ଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୧ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୭୨ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ ୧୮୯ ରହିଛନ୍ତି। ସମସ୍ତ ରୋଗୀ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟରୁ ମିଳିଥିବା ତଥ୍ୟ […]

corona positive odisha
ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; କାଲି ଥିଲା ୨୯୭, ଆଜି ୩୯୪

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ୩୦୦ ଟପିଛି। ଗତକାଲି ୨୯୭ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୩୯୪। ଏଥିମଧ୍ୟରୁ ୨୩୧ କ୍ୱରେଣ୍ଟିନ୍‌ରେ ଥିବାବେଳେ ୧୬୩ ଲୋକାଲ କେସ ରହିଛି। ସମସ୍ତ ରୋଗୀ ୨୫ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ୫ଟି ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଆଜି  ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ଖୋର୍ଦ୍ଧା […]

Corona-297
ଥମୁନି କରୋନା : ଆଜି ବି ଚିହ୍ନଟ ହେଲେ ୨୯୭ ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜି ୩୦୦ ପାଖାପାଖି ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୭ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏଥି ମଧ୍ୟରୁ ୧୭୪ କ୍ୱାରେଣ୍ଟିନରେ ଥିବାବେଳେ ୧୨୩ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ତାଲିକାରେ ସବୁଠାରୁ ଆଗରେ ରହିଛି କଳାହାଣ୍ଡି। ଆଜି ଏଠାରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ତା ପଛରେ […]

corona virus
ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ୨୧୮ କରୋନା ପଜିଟିଭ। ଗତକାଲି  ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଏହାର ସଂଖ୍ୟା ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରେଣ୍ଟିନରେ ଥିବାବେଳେ ୮୯ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗତ କିଛି ଦିନ ହେଲା ନୂଆପଡାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଆଜି ବରଗଡ ସର୍ବାଗ୍ରେ ଅଛି। ଆଜି ଏହି ଜିଲ୍ଲାରୁ ୩୪ […]

Coronavirus
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମର, ଜଣେ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ […]

coronavirus
ଓଡ଼ିଶାରେ ଚିହ୍ନଟ ହେଲେ ଆଉ ୫୭୭ କରୋନା ପଜିଟିଭ୍‌, ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୬୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

coronavirus-odisha
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ […]

coronavirus
୨୩ ଜିଲ୍ଲାରୁ ଆଉ ୨୬୪ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

corona
ଓଡ଼ିଶାରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ […]

EXtOIbPU8AENRU2
ଓଡ଼ିଶାରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩୦୪ କରୋନା ଆକ୍ରାନ୍ତ, ୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୩୦୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩୦୪  ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ୩୦୪ ଆକ୍ରାନ୍ତଙ୍କ […]

sars
ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସୁନ୍ଦରଗଡ ଜିଲ୍ଲାକୁ ନେଇ ଚିନ୍ତା ବଢିଛି। ନିୟମିତ ଭାବେ ଏହି ଜିଲ୍ଲାରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହଉଛନ୍ତି। ଗତକାଲି ଏହି ଜିଲ୍ଲାରୁ ସର୍ବାଧିକ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି  ଚିହ୍ନଟ ହୋଇଛନ୍ତି ୩୦ ଜଣ । କରୋନା ତାଲିକାରେ ଆଜି ମଧ୍ୟ ସୁନ୍ଦରଗଡ଼ ସର୍ବାଗ୍ରେ ରହିଛି। ସେହିପରି ରାଜ୍ୟରୁ ଆଜି ଜଣେ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର […]

coronavirus
ରାଜ୍ୟରେ କରୋନା ସ୍ଥିତି: ନୂଆ ଚିହ୍ନଟ ହେଲେ ୨୨୫, ଆଖି ବୁଜିଲେ ୨

ଭୁବନେଶ୍ୱର: ରାଜ୍ୟରେ ଆଜି ୨୨୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୧୩୧ ଏବଂ ଲୋକାଲ କେସ ୯୪ ଥିବା ଜଣାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଥିବା ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ମିଳିଥିବା ସୂଚନା ଅନୁଯାୟୀ, ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ […]

coronavirus
ଆଜି ଭୁବନେଶ୍ୱରରୁ ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ ୨ଟି ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ପଟିଆ ଶ୍ରୀବିହାରର ଗୋଟିଏ ପରିବାରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜୟଦେବ ବିହାର ବିଜୁ ପଟ୍ଟନାୟକ କଲେଜ ନିକଟ ଗୋଟିଏ ପରିବାରରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୟୁନିଟ୍‌-୪ ଶାସ୍ତ୍ରୀ ନଗରର ଗୋଟିଏ ପରିବାରରୁ ୨ଜଣ, ଡୁମୁଡୁମା […]

ganjam lockdown
ଓଡ଼ିଶାର ଏହି ଜିଲ୍ଲା ଜୁନ୍‌ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା: ବସ୍, କାର, ଅଟୋ ଚଳାଚଳ ବନ୍ଦ

ଗଞ୍ଜାମ: ଆଜିଠୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ଲକ୍‌ଡାଉନ୍ କଟକଣା ଆହୁରି କଡ଼ାକଡ଼ି ହୋଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ। କିନ୍ତୁ ବସ୍, କାର, ଅଟୋ ଚଳାଚଳ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ। ସେହିପରି ଦିନ ୧୨ଟା ପରେ କେହି ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ତେବେ ଶନିବାର ଓ ରବିବାର ପୂର୍ବ […]

EW61ZkTXQAAr5Qu (1)
ଓଡ଼ିଶାରେ ଆଉ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା, ମୃତ୍ୟୁ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୦ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଆହୁରି ମଧ୍ୟ ପଢ଼ନ୍ତୁ: […]