ନୂଆଦିଲ୍ଲୀ: କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ପାଇଁ ଆଶ୍ୱସ୍ତିର ଖବର। ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଉକ୍ତ ଔଷଧ ହସ୍ପିଟାଲରେ ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହେବ। ସୂଚନାଥାଉ କି, ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଆଜି ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨,୦୮୬ଜଣ ଚିକିତ୍ସାଧୀନ […]