ଭୁବନେଶ୍ୱର : ଜେଲରେ ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଜେରା। ନବଦିଗନ୍ତ ଚିଟ୍ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଝାରପଡ଼ା ଜେଲ୍ରେ ଜେରା କରାଯାଉଛି। ଭାରତ ସରକାରଙ୍କ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟର ତିନି ଜଣିଆ ଟିମ୍ ହାଁସଦାଙ୍କୁ ଜେରା କରୁଛି। ଏଥିପାଇଁ ସ୍ୱତନ୍ତ୍ର ସିବିଆଇ କୋର୍ଟ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟକୁ ଅନୁମତି ଦେଇଥିଲା। ନବଦିଗନ୍ତ ଚିଟ୍ଫଣ୍ଡ ଠକେଇ ମାମଲାରେ ୨୦୧୪ ମସିହାରୁ ଗିରଫ ହୋଇ ଜେଲରେ ଅଛନ୍ତି ରାମଚନ୍ଦ୍ର ହାଁସଦା।
ଭୁବନେଶ୍ୱର: ନବଦିଗନ୍ତ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଜେଲରେ ହେବ ଜେରା। କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟର ଏକ ଟିମ୍ ହାଁସଦାଙ୍କୁ ଜେରା କରିବ। ଏଥିପାଇଁ ସ୍ୱତନ୍ତ୍ର ସିବିଆଇ କୋର୍ଟ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟକୁ ଅନୁମତି ଦେଇଛନ୍ତି। କୋର୍ଟଙ୍କ ଅନୁମତି ମୂତାବକ, ଆସନ୍ତା ୨୦ ତାରିଖରେ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟ ଜେରା କରିବ। ନବଦିଗନ୍ତ ଚିଟଫଣ୍ଡ ଠକେଇ ମାମଲାରେ ୨୦୧୪ ମସିହାରୁ ଗିରଫ ହୋଇ ଜେଲରେ ଅଛନ୍ତି ରାମଚନ୍ଦ୍ର ହାଁସଦା।