ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । କିଛି ଅଞ୍ଚଳରେ ଝିପଝିପ୍ ବର୍ଷା ଆରମ୍ଭ ହୋଇସାରିଛି । ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଗଞ୍ଜାମ, ଶ୍ରୀକାକୁଲମ୍ ଓ ବିଜୟନଗରମ୍ ଜିଲ୍ଲାର ଉପକୂଳରେ ଅଧମିଟର ପର୍ଯ୍ୟନ୍ତ ଜୁଆର ଉଠିପାରେ । ତେଣୁ ଗତକାଲି ଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟର ୭ଟି ଜିଲ୍ଲାରେ ଅଧିକ ବର୍ଷା ଓ ପବନ ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରିରେ ଅଧିକ ପ୍ରଭାବ ପଡ଼ିବ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହା ନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି