କାନପୁର: ଉତ୍ତର ପ୍ରଦେଶର ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନ୍କାଉଣ୍ଟରରେ ନିହତ ହୋଇଥିବା ସୂଚନା ମିଳିଛି। ଗତକାଲି ମଧ୍ୟପ୍ରଦେଶ ଉଜୈନରୁ ବିକାଶକୁ ଗିରଫ କରିଥିଲା ପୁଲିସ୍। ବିକାଶ ଉଜୈନର ମହାକାଳ ମନ୍ଦିର ଦର୍ଶନ ପାଇଁ ଯାଇଥିବା ବେଳେ ପୁଲିସ୍ ତାଙ୍କୁ ଗିରଫ କରିଥିଲା। ସୂଚନା ଅନୁସାରେ, ଆଜି ସକାଳେ ଏକ ଗାଡ଼ିରେ ବିକାଶକୁ ଉତ୍ତରପ୍ରଦେଶ STF(Special Task Force) ମଧ୍ୟପ୍ରଦେଶରୁ କାନପୁର ଆଣୁଥିବା ବେଳେ କାନପୁର ନିକଟ ବାରା ଅଞ୍ଚଳରେ ଗାଡ଼ିଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଏହାପରେ ବିକାଶ […]