ପୁଣି ଚର୍ଚ୍ଚାରେ ସୌମ୍ୟଙ୍କ ସମ୍ପାଦକୀୟ ବାଣ । ବୃତ୍ତି, ପାର୍ଟି ଓ ମାଟି ଶୀର୍ଷକ ସମ୍ପାଦକୀୟ ବିବୃତ୍ତିକୁ ନେଇ ଚର୍ଚ୍ଚାରେ ସୌମ୍ୟ । ମମିତା ହତ୍ୟା କାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୂମିକା ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ବୋଲି ସେ କହିଛନ୍ତି ।
ମମିତା ମେହେର ପ୍ରସଙ୍ଗରେ ବିଜେଡି ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ ତାଙ୍କ ଦ୍ୱାରା ପ୍ରକାଶିତ ଏକ ଦୈନିକ ଖବରକାଗଜର ସ୍ୱତନ୍ତ୍ର ସ୍ତମ୍ଭ ଆମ ଘରର ହାଲଚାଲରେ ବୃତ୍ତି, ପାର୍ଟି ଓ ମାଟି ଶୀର୍ଷକ ସମ୍ପାଦକୀୟ ଲେଖିଛନ୍ତି । ଏଥିରେ ମମିତା ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୂମିକା ଦ୍ୱନ୍ଦ୍ୱ ସୃଷ୍ଟି କରୁଥିବା ଦର୍ଶାଇଛନ୍ତି । ହତ୍ୟାକାଣ୍ଡର ପ୍ରାୟ ତିନି ସପ୍ତାହ ପରେ ଏକ ପ୍ରେସ ବିବୃତି ଦେଇ ଦ୍ୱନ୍ଦ୍ୱକୁ ଆହୁରି ବଢାଇ ଦେଇଛନ୍ତି ।