ଚାନ୍ଦିପୁର DRDO ଗୁପ୍ତଚରୀ ମାମଲାରେ ମୁମ୍ବାଇ ଲିଙ୍କ୍ ନେଇ ବଡ଼ ସୁରାକ ମିଳିଛି। ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କ କାରବାରରେ ମୁମ୍ବାଇ ଲିଙ୍କ୍ ମିଳିଛି, ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଜଣେ ମହିଳା ୪୦ ହଜାର ଟଙ୍କା ମାଗିଥିଲେ।
DRDO ହନିଟ୍ରାପ୍ ମାମଲାରେ ଆଉ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି.. ଦୁବାଇର ଲୁଲୁ ଇଣ୍ଟରନ୍ୟାସନାଲ୍ ଏକ୍ସଚେଞ୍ଜରୁ ଆସିଥିଲା ୨୪ ହଜାର ଟଙ୍କା.. ରାହସ୍ୟମୟୀ ମହିଳା ରାଜସ୍ଥାନ ମିଲିଟାରୀ ଇଂଜିନିୟରିଂ ସର୍ଭିସର ଜଣେ କର୍ମଚାରୀଙ୍କୁ ମଧ୍ୟ ହନିଟ୍ରାପ୍ କରିଥିଲା ।
ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍ ଘଟଣା ଏବେ ସାମ୍ନାକୁ ଆସିଛି। ଚାନ୍ଦିପୁର ମାମଲାରେ ସମ୍ପୃକ୍ତ ରହସ୍ୟମୟୀ ମହିଳା ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ କର୍ମଚାରୀଙ୍କୁ ହନିଟ୍ରାପ୍ କରିଥିବା ସୂଚନା ମିଳିଛି।
DRDO ଗୁପ୍ତଚରୀ ମାମଲାରେ ପାକିସ୍ତାନ ଲିଙ୍କ୍ ମିଳିଛି। ରହସ୍ୟମୟୀଙ୍କ ଫେସ୍ବୁକ୍ ଆକାଉଣ୍ଟରୁ ପାକିସ୍ତାନ ଲିଙ୍କ୍ ମିଳିଥିବା ଜଣାପଡ଼ିଛି। ଏବେ ବି କିଛି ଲୋକଙ୍କ ସହ ରହସ୍ୟମୟୀ ଯୁବତୀ ଚାଟିଂ କରୁଥିବା ଜଣାପଡ଼ିଛି।
ରହସ୍ୟମୟୀ ମହିଳା ଜଣକ ବ୍ରିଟେନ ନମ୍ବରରେ କଥା ହେଉଥିବାରୁ ଇଣ୍ଟରପୋଲ ସହାୟତା ନିଆଯିବ। ରହସ୍ୟମୟୀ ମହିଳାଙ୍କ ଫଟୋ ଏବଂ ଭିଡିଓ କଲ୍ ରେକର୍ଡିଂ ଠାବ କରାଯାଇଛି। ଡାଟା ଭେରିଫାଏ ହେଲା ପରେ ଅଭିଯୁକ୍ତଙ୍କୁ ପୁଣି ରିମାଣ୍ଡରେ ଅଣାଯିବ।
ମୋବାଇଲ୍ ହ୍ୟାକ୍ କରିଥିଲେ ରହସ୍ୟମୟୀ । DRDO କର୍ମଚାରୀଙ୍କୁ ହନିଟ୍ରାପ୍ରେ ପକାଇଥିବା ରହସ୍ୟମୟୀ ସମ୍ପର୍କରେ ମିଳିଲା ଆଉ କିଛି ଚାଞ୍ଚଲ୍ୟକର ତଥ୍ୟ । ରହସ୍ୟମୟୀ ମହିଳା ଜଣକ ଜଣେ ଅଭିଯୁକ୍ତର ମୋବାଇଲ୍ ହ୍ୟାକ୍ କରିଥିବା କଥା ଜଣାପଡ଼ିଛି ।
ମହିଳା ଜଣକ ୭ଟି ଫେସବୁକ୍ ଆକାଉଣ୍ଟ କରିଥିଲେ। ଭିନ୍ନ ଭିନ୍ନ ପରିଚୟ ଦେଇ ସେ ଏସବୁ ଖୋଲିଥିଲା। ଅଲଗା ଲୋକ ସହ ଯୋଗାଯୋଗ କରିବାକୁ ଅଲଗା ଆକାଉଣ୍ଟ ବ୍ୟବହାର କରୁଥିଲା। ଅଭିଯୁକ୍ତଙ୍କ ସହ କଥା ହେଉଥିବା ୟୁକେ ଫୋନ୍ ନମ୍ବର ସମ୍ପର୍କରେ ଏବେ ଖୋଲତାଡ଼ କରାଯାଉଛି।
ଚାନ୍ଦିପୁର DRDOରୁ ତଥ୍ୟ ଲିକ୍ ମାମଲା ଦିନକୁ ଦିନ ବିବାଦୀୟ ରୂପ ନେଉଛି। ତଦନ୍ତକାରୀ ଟିମ୍ ଯେତେ ଖୋଳୁଛି, ସେତେ ନୂଆ ତଥ୍ୟ ହାତରେ ଲାଗୁଛି। ଏହି ଘଟଣାରେ ଗିରଫ ୫ ଅଭିଯୁକ୍ତଙ୍କୁ ଚାଲିଛି ଜେରା ।
ଡିଆରଡିଓ ତଥ୍ୟ ପ୍ରଘଟ ମାମଲାରେ ଆସିଛି ଆରବୀୟ ଲିଙ୍କ୍ । ଦୁବାଇରୁ ଡିଲ୍ ହେଉଥିଲା, ଚାନ୍ଦିପୁରରୁ ତଥ୍ୟ ପ୍ରଘଟ ହେଉଥିଲା । ଟଙ୍କା ବିନିମୟରେ ସଉଦା ହେଉଥିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ତଥ୍ୟ ।