ତାମିଲନାଡ଼ୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ସର୍ବୋଚ୍ଚ କୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଛନ୍ତି ରାଷ୍ଟ୍ରପତି । ସମ୍ବିଧାନର ଧାରା ୨୦୦ ଓ ୨୦୧କୁ ଉଲ୍ଲେଖ କରି ରାଜ୍ୟପାଳଙ୍କ ଇଚ୍ଛାଧିନ ବ୍ୟାପାର ଉପରେ ନ୍ୟାୟାଳୟ ହସ୍ତକ୍ଷେପ କରିପାରିବେ କି ବୋଲି ପ୍ରଶ୍ନ କରିଛନ୍ତି ରାଷ୍ଟ୍ରପତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ହସ୍ତାକ୍ଷର ପରେ ଏହି ବିଲ୍ ଏବେ ଆଇନରେ ପରିଣତ ହୋଇସାରିଛି । ଏବେ ଏହି ନୂଆ ନିୟମକୁ ସାରା ଦେଶରେ ଲାଗୁ କରାଯିବ ।
ମଙ୍ଗଳବାର ସକାଳ ୯ଟାରେ ଦିଲ୍ଲୀ ଅଭିମୁଖେ ଫେରିଯିବେ ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ବର ବିମାନ ବନ୍ଦରରୁ ନୟାଗଡ଼ ଯାଏଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ଆଜି ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯିବେ ।
ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି ।
ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରାଷ୍ଟ୍ରପତି ସକାଳୁ ସଂଗମ ସ୍ଥଳୀରେ ପହଞ୍ଚି, ତ୍ରିବେଣୀ ସଂଗମରେ ବୁଡ଼ ପକାଇବେ ।
ସଂସଦ ବାହାରେ ଶସ୍ତା ମନ୍ତବ୍ୟ ଦେଇ ଫସିଲେ ସୋନିଆ ଗାନ୍ଧି। ରାଷ୍ଟ୍ରପତିଙ୍କୁ ପୁଅର ଲେଡି, ଅଭିଭାଷଣ ରଖିବା ବେଳେ ସେ ଥକି ପଡ଼ିଥିବା ଏବଂ ଆଦୌ କହିପାରୁ ନଥିବା ଭଳି ମନ୍ତବ୍ୟ ପରେ ସୋନିଆଙ୍କୁ ଘେରିଛି ବିଜେପି। ସେପଟେ ରାଷ୍ଟ୍ରପତି ଭବନ ପକ୍ଷରୁ ସୋନିଆଙ୍କ ମନ୍ତବ୍ୟ ଆଦୌ ଗ୍ରହଣୀୟ ନୁହେଁ ବୋଲି ବିବୃତ୍ତି ଜାରି ହୋଇଛି।
ସୋନିଆ କହିଥିଲେ, ମିଛ ପ୍ରତିଶ୍ରୁତି କୁହ । ରାହୁଲ୍ କହିଥିଲେ, ‘ବୋରିଂ’ କହିବା । ନା ‘ନୋ କମେଣ୍ଟ’ କହିବା। ସେତିକି ବେଳେ ସୋନିଆ କହିଥିଲେ, ‘ଦ ପୁଅର୍ ଲେଡି’ ଭାଷଣ ଦେଇ ଥକିଗଲେଣି । ଏହି କଥା ସେ ସିଧାସଳଖ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିନଥିଲେ ମଧ୍ୟ ଭାଇଭଉଣୀ ଓ ମାଆଙ୍କ ମଧ୍ୟରେ ହୋଇଥିବା ଏହି କଥାବାର୍ତ୍ତା କ୍ୟାମେରାରେ କଏଦ୍ ହୋଇଥିଲା ।
ସାଇବର କ୍ରାଇମ୍ ସାମାଜିକ ସୁରକ୍ଷାରେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏହାର ମୁକାବିଲା ପାଇଁ ସରକାର ସବୁ ପଦକ୍ଷେପ ନେଉଛନ୍ତି। ୧୦ ବର୍ଷ ତଳେ ଭିତ୍ତିଭୂମି ୨ ଲକ୍ଷ କୋଟି ଥିଲା, ଏବେ ୧୧ ଲକ୍ଷ କୋଟିରେ ପହଞ୍ଚିଛି। ସ୍ପେଶ୍ ଡକିଂରେ ଆମକୁ ସଫଳତା ମିଳିଛି । ପିଏମ୍ ଗତି ଶକ୍ତି ଦ୍ବାରା ଦେଶରେ କନେକ୍ଟିଭିଟି ବଢ଼ିଛି।
ସମ୍ମେଳନର ଉଦଯାପନୀ ସମାରୋହରେ ବୈଦଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଥିଲେ ଦୁଇ ଦଶନ୍ଧି ଧରି ଦେଶର ବିଭିନ୍ନ ଭାଗରେ ଆୟୋଜିତ ପ୍ରବାସୀ ଭାରତୀୟ ସମ୍ମିଳନୀ ସେହି ରାଜ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ପରିଚୟ ଦେଇପାରିଛି। ପ୍ରବାସୀଙ୍କ ସହ ସମ୍ପର୍କରେ ଯୋଡ଼ି ହୋଇପାରିଛି। ସେ ଦୃଷ୍ଟିରୁ ଓଡ଼ିଶା ମଧ୍ୟ ଏହାର ଭରପୁର ସୁଯୋଗ ନେବ ବୋଲି ଆଶା ବ୍ୟକ୍ତ କରିଥିଲେ।
ସମ୍ମେଳନର ଉଦଯାପନୀ ସମାରୋହରେ ବୈଦଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଥିଲେ ଦୁଇ ଦଶନ୍ଧି ଧରି ଦେଶର ବିଭିନ୍ନ ଭାଗରେ ଆୟୋଜିତ ପ୍ରବାସୀ ଭାରତୀୟ ସମ୍ମିଳନୀ ସେହି ରାଜ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ପରିଚୟ ଦେଇପାରିଛି। ପ୍ରବାସୀଙ୍କ ସହ ସମ୍ପର୍କରେ ଯୋଡ଼ି ହୋଇପାରିଛି। ସେ ଦୃଷ୍ଟିରୁ ଓଡ଼ିଶା ମଧ୍ୟ ଏହାର ଭରପୁର ସୁଯୋଗ ନେବ ବୋଲି ଆଶା ବ୍ୟକ୍ତ କରିଥିଲେ।
୨ ତାରିଖ ସଂଧ୍ୟା ଯାଏ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ ଖୋଲା ରହିବ। ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପ୍ରବାସୀ ଭାରତୀୟ ଦିବସ ପ୍ରଦର୍ଶନୀ।
ଉଦଯାପନୀ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ କିଛି ପ୍ରବାସୀଙ୍କୁ ସମ୍ମାନିତ କରିବେ। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ୫ଘଣ୍ଟାରୁ ଅଧିକ ସମୟ ରହିବେ ରାଷ୍ଟ୍ରପତି। କାର୍ଯ୍ୟକ୍ରମ ସାରି ଅପରାହ୍ଣରେ ନୂଆଦିଲ୍ଲୀ ଫେରିଯିବେ ମହାମହିମ।
ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶାରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ସେ ଭୁବନେଶ୍ୱରରେ ପହଁଚିଛନ୍ତି ।
ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍ । ଆଉ ମାତ୍ର ୩ ଦିନର ଅପେକ୍ଷା। ଭୁବନେଶ୍ବରରେ ଆରମ୍ଭ ହେବ ୧୮ତମ ପ୍ରବାସୀ ଭାରତୀୟ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାଏଁ, ତାସହିତ ବୈଦେଶିକ ବ୍ୟାପାର ମନ୍ତ୍ରୀ ବି ଯୋଗଦେବେ ଏହି ୩ ଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭରେ ।
କେଉଁଠି ସାନ୍ତାଳୀ ନୃତ୍ୟ ସଂଗୀତରେ ଝଙ୍କୃତ ହେଉଛି ଗାଁ ଦାଣ୍ଡ ତ ଆଉ କେଉଁଠି ଝଟକୁଛି ହାତ ଅଙ୍କା ଝୋଟି । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଉପରବେଡ଼ା ଗାଁର ପ୍ରତିଟି ମଣିଷଙ୍କ ଛାତି କୁଣ୍ଢେମୋଟ...ଗର୍ବିତ...ଉତଫୁଲ୍ଲିତ ।
ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଓ ବାଙ୍ଗିରିପୋଷି ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ପୋଲିସ ଏଡିଜି। ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଙ୍ଗିରିପୋଷି ଠାରେ ୩ଟି ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ।
ଝଟକିଲା ନୂଆ ନ୍ୟାୟିକ କୋଠା । ଚାରି ଦଶନ୍ଧି ପରେ ଚମକିଲା ଭୁବନେଶ୍ୱର ନୂଆ ଜୁଡିସିଆଲ୍ କମ୍ପ୍ଲେକ୍ସ ।
୧୯୭୨ ମସିହାର ଏକ ନୌସେନା ଅଧିକାରୀ ସମ୍ମିଳନୀରେ ନିଷ୍ପତ୍ତି ନିଆଗଲା ଯେ, ପ୍ରତିବର୍ଷ ଡିସେମ୍ବର ୪ରେ ପାଳନ ହେବ ନେଭି ଡେ । ତେବେ ସେହି ଘଟଣା କଣ, କାହିଁକି ଡିସେମ୍ବର ୪ରେ ପାଳନ କରାଯାଉଛି ନୌସେନା ଦିବସ ଆସନ୍ତୁ ଜାଣିବା।
ନୌସେନାର ପରାକ୍ରମ ଦିବସ। ଡେମୋର ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ କରି ପୁରୀରେ ପାଳିତ ହେଉଛି ନୌସେନା ଦିବସ ।
ଶ୍ରୀମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାପ୍ରଭୁଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଲେ ମହାମହିମ ।
ଅପରାହ୍ଣରେ ପୁରୀ ବ୍ଳୁ ଫ୍ଳାଗ୍ ବିଚରେ ଆୟୋଜିତ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ମାଡାମ୍ ପ୍ରେସିଡେଣ୍ଟ।
ପୁଣି ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ... ମାଟିର ଝିଅଙ୍କ ଟିକିଏ ଝଲକ ପାଇଁ ରାଜଧାନୀରେ ନାହିଁନଥିବା ଉତ୍ସାହ...
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ନୌସେନା ଦିବସ ଅବସରରେ ପୁରୀରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।
ଜନଜାତି ଗୌରବ ଦିବସରେ ରାଷ୍ଟ୍ରପତିଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି । କହିଲେ-ଏନ୍ଡିଏର ସୌଭାଗ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରିବାର ସୌଭାଗ୍ୟ ମିଳିଲା ।