ରାୟଗଡ଼ା: ରାୟଗଡ଼ାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଡିଭିଏଫ୍ ଯବାନ ସହିଦ। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ନିୟମଗିରି ପାଦ ଦେଶରେ ଥିବା ସକଟା ଗାଁ ନିକଟରେ ଏହି ଘଟଣା ଘଟିଛି। ଗତକାଲି ସଂଧ୍ୟାରେ ଡିଭିଏଫ୍ ପକ୍ଷରୁ କମ୍ବିଂ ଅପରେସନ୍ ଚାଲିଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ଏଥିରେ ଡିଭିଏଫ୍ ଯବାନ ସଞ୍ଜୟ ମାଝୀ ଗୁରୁତର ଆହତ ହୋଇଥିଲେ। ତେବେ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି। ସହିଦ ଯବାନଙ୍କ ଘର ରାୟଗଡ଼ା ଆମ୍ବଦଳା ଅଞ୍ଚଳରେ ବୋଲି ରାୟଗଡ଼ା […]