ଟିଟିଲାଗଡ଼ରୁ ୫୦ ହଜାର ଟଙ୍କାର ୫୦୦ ଟଙ୍କିଆ ଜାଲ ନୋଟ୍ ଜବତ କରିଛି ପୋଲିସ । ଏହାସହ ସହ ୨ ଜଣଙ୍କୁ ଗିରଫ କରିଛି କ୍ରାଇମ୍ ବ୍ରାଞ୍ଚ STF ।
ସମ୍ବଲପୁରରେ ଜାଲ୍ ନୋଟ କାରବାର ପର୍ଦ୍ଦାଫାଶ ହୋଇଛି। ୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କରିଛି ପୋଲିସ। ଏଥିରେ ରହିଛି ୬୦୦ଟି ଦୁଇ ହଜାର ଟଙ୍କିଆ ନୋଟ, ୩୬୨ଟି ୫ ଶହ ଟଙ୍କିଆ ନୋଟ ଓ ୪୪ଟି ଶହେ ଟଙ୍କିଆ ନୋଟ। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଟଙ୍କା ଛାପିବା ମେସିନ, କାଗଜ ଓ ଅନ୍ୟ ସାମଗ୍ରୀ ଜବତ କରାଯାଇଛି।