ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ । ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ ଲାଗୁ କରିବା ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ । ଏହାପୂର୍ବରୁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍ ହେବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ ।
ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ୍ ହେବ ବୋଲି ଗତକାଲି ସରକାର ସୂଚନା ଦେଇଥିଲେ। ତେବେ ଆସନ୍ତାକାଲିଠୁ ରାଜ୍ୟରେ ତତ୍ କ୍ଷଣାତ ସକାଳୁଆ ସ୍କୁଲ ଲାଗୁ ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ସଚିବ ।
ଗତକାଲି ରାଜ୍ୟରେ ୪୦ ଡିଗ୍ରୀ ଉପରେ ଥିଲା ୧୩ଟି ସହରର ତାପମାତ୍ରା । ରାଜ୍ୟରେ ୪୨ ଡିଗ୍ରୀ ଛୁଇଁଲା ତାତି । ଗତକାଲି ୪୨.୫ ଡିଗ୍ରୀ ସେଲସିୟସ ସହ ବୌଦ୍ଧ ପାଲଟିଲା ଦେଶରେ ସବୁଠୁ ଉତ୍ତପ୍ତ ସହର ।
ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି। କାଲିଠୁ ଆଜି ଅଧିକ ଉତ୍ତପ୍ତ। ଦିନ ସାଢ଼େ ୧୧ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୩୭.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ମାର୍ଚ୍ଚ ଅଧା ନ ହେଉଣୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଗତକାଲି ପାରଦ ୪୦ ପାର ହୋଇଥିବା ବେଳେ ଆଜି ମଧ୍ୟ ସମଗ୍ର ରାଜ୍ୟରେ ନିଆଁ ବର୍ଷୁଛି। ସେହିପରି ଚଳିତ ବର୍ଷ ପ୍ରଥମ ଥର ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୩୭ ଡିଗ୍ରୀ ପାର କରିଛି।
ଆଜି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୧ ଡିଗ୍ରୀ ଛୁଇଁପାରେ। ଆସନ୍ତାକାଲି ପ୍ରାୟ ଅଧା ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଉପରକୁ ପାର କରିବା ସମ୍ଭାବନା ରହିଛି।
ପ୍ରଚଣ୍ଡ ତାତି ନେଇ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାର ଜିଲାପାଳଙ୍କ ପାଇଁ ସତର୍କତା ଜାରି କରାଯାଇଛି।
ଗତକାଲି ବୌଦ୍ଧରେ ୩୮.୫, ମାଲକାନଗିରିରେ ୩୮.୪, ଅନୁଗୁଳରେ ୩୭.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଥିଲା ୩୬.୪ ଡିଗ୍ରୀ ।
ଉମାଶଙ୍କର ଦାସ ସୋସିଆଲ ମିଡ଼ିଆ ’ଏକ୍ସ’ରେ ଲେଖିଛନ୍ତି, ଶନିବାର ଭୁବନେଶ୍ୱରର ତାପମାତ୍ର ୩୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀର ତାପମାତ୍ରା ୩୫.୬ ଡିଗ୍ରୀ ରେକର୍ଡ କରାଯାଇଛି।
ଝାରସୁଗୁଡ଼ାରେ ତାପମାତ୍ରା ୩୮ ଡିଗ୍ରୀ ଟପିଛି । ଆଜି ଝାରସୁଗୁଡ଼ା ତାପମାତ୍ରା ୩୮.୨ ଡିଗ୍ରୀ ରହିଥିବା ବେଳେ ଚଳିତ ବର୍ଷ ପ୍ରଥମ ଥର ରାଜ୍ୟରେ ପାରଦ ୩୮ ଟପିଛି ।
୨୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଚଳିତ ବର୍ଷ ପ୍ରଥମ ଥର ଫେବ୍ରୁଆରୀ ମାସରେ ୩୫ ଡିଗ୍ରୀ ଛୁଇଁଛି ରାଜଧାନୀ ତାତି । ଦିନ ସାଢେ ୨ଟା ବେଳକୁ ହିଁ ଭୁବନେଶ୍ବର ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ ହୋଇଥିଲା ।
ସାଧାରଣତଃ ଫେବୃଆରୀ ମାସ ବେଳକୁ ଶୀତ ଏହାର ପ୍ରକୋପ ଦେଖାଇଥାଏ । ତେବେ ଚଳିତ ବର୍ଷ ଏହି ଧାରାରେ ବିରାମ ଲାଗିଛି।ଶୀତ ଉଭାନ ହୋଇଯାଇଥିବା ବେଳେ ଫେବୃଆରୀ ଆରମ୍ଭରୁ ତାପମାତ୍ରା ବୃଦ୍ଧି ପାଇଛି ।
ରାଜ୍ୟରୁ ଶୀତ ପ୍ରତ୍ୟାବର୍ତ୍ତନ କରିଥିବାବେଳେ ଆସନ୍ତାକାଲିଠୁ ଖରା ବଢିବ। ସପ୍ତାହେ ଯାଏ ଗରମ ସହ ଟାଇଁ ଟାଇଁ ଖରାରୁ ନିସ୍ତାର ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଜାନୁଆରୀ ନସରୁଣୁ ରାଜ୍ୟରେ ଅନୁଭୂତ ହେଲାଣି ଗରମ। ଅନେକ ଅଞ୍ଚଳରେ ବଢିଲାଣି ତାତି। ଦିନରେ ସୂର୍ଯ୍ୟଙ୍କ ପ୍ରଖର କିରଣ ସାଙ୍ଗକୁ ରାତିରେ ବି ଫ୍ୟାନର ଆବଶ୍ୟକତା ପଡିଲାଣି। କୋରାପୁଟରେ ୫୨ ବର୍ଷର ରେକର୍ଡ ଭାଙ୍ଗିଛି ଜାନୁଆରୀର ତାପମାତ୍ରା।
କିଛି ଦିନର ଲୁଚକାଳି ଖେଳ ପରେ ଓଡ଼ିଶାରେ ଆଗକୁ ବଢୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉଛି।
ଆସନ୍ତା ୩ ଦିନ ଭିତରେ ରାଜ୍ୟର ଆଉ କିଛି ଅଞ୍ଚଳକୁ ଅଗ୍ରସର ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବର୍ଷାର ପ୍ରଭାବ ରହିବ।
ଗମ୍ଗମ୍ ହୋଇ ଝାଳ ବୋହୁଥିଲା। ତେବେ ଅପରାହ୍ନରେ ହଠାତ୍ ରାଜଧାନୀ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ତା’ପରେ ଧୂଳି ଝଡ଼ ହେବା ସହିତ ଘଡ଼ଘଡ଼ି ମାରିଥିଲା। ପବନ ସହିତ ବର୍ଷା ଆରମ୍ଭ ହୋଇଥିଲା। ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିଥିଲା।
ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ୩ ଦିନ ଯାଏଁ ଗୁଳୁଗୁଳିରୁ ନିସ୍ତାର ନାହିଁ । ୩ ଦିନ ଯାଏଁ ପ୍ରବଳ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଆଶ୍ବସ୍ତି ଆଣିବ ବର୍ଷା ।
ଜୁନ୍ ଅଧା ହେଲାଣି, ହେଲେ ମୌସୁମୀ ଗାଏବ । ବର୍ଷା ନଥିବାରୁ ସାରା ରାଜ୍ୟରେ ବୈଶାଖ ଭଳି ତାତି ସାଙ୍ଗକୁ ପ୍ରଚଣ୍ଡ ଗୁଳୁଗୁଳି କଲବଲ କରୁଛି । ତେଣେ ଆକାଶକୁ ଚାହିଁ ଚାହିଁ ଚାଷୀ ଛାତିରେ ଛନକା ପଶିଲାଣି ।
ଅକ୍ଷି ତୃତୀୟାରୁ ବୁଣା ଯାଇଥିବା ଧାନ, ଖରାରେ ଜଳି ଗଜା ମରୁଡ଼ି ସ୍ଥିତି ହେଲାଣି। ପାଣିପାଗ ବିଭାଗ ବି ମାନିଛି, ଜୁନରେ ରାଜ୍ୟରେ ଏବେ ସୁଦ୍ଧା ୪୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି, ତେବେ ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ।
ଆସନ୍ତା ୨୦ ତାରିଖ ଯାଏଁ ଗଞ୍ଜାମ ଜିଲ୍ଲାରେ ସ୍କୁଲ ଛୁଟି ରହିବ। ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିବା ନେଇ ‘ଏକ୍ସ’ରେ ଗଂଜାମ DEO ସୂଚନା ଦେଇଛନ୍ତି। ସେହିପରି ଆସନ୍ତାକାଲି ବାଲେଶ୍ବର ଜିଲ୍ଲାରେ ସବୁ ସ୍କୁଲ ଛୁଟି ରହିବ। ୧୯ ତାରିଖରୁ ସବୁ ସ୍କୁଲ ସକାଳୁଆ ଖୋଲିବାକୁ ନିର୍ଦ୍ଦେଶ ଜାରି ହୋଇଛି।
ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ଥିବାରୁ, ସ୍କୁଲ ଖୋଲିବାର ତାରିଖ ଘୁଞ୍ଚାଇବାକୁ ଦାବି କରିଛି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ବା ଓଷ୍ଟା ।
ରବିବାର ଦିନ ଦିଲ୍ଲୀର ସର୍ବାଧିକ ତାପମାତ୍ରା ୪୪.୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସେହିପରି ସର୍ବନିମ୍ନ ତାପମାତ୍ରା ୩୩.୨ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଥିଲା
ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମଲହରୀ। ପାଗ ଅନୁକୂଳ ନଥିବାରୁ ଅଗ୍ରସର ହୋଇପାରୁନି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆହୁରି ୩ରୁ ୪ ଦିନ ପର୍ଯ୍ୟନ୍ତ ମଧ୍ୟ ମୌସୁମୀ ଅଗ୍ରସର ହୋଇ ନ ପାରେ।