ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ତାତିରେ ଛଟପଟ ସାରା ଓଡ଼ିଶା। ବିଶେଷ କରି ପଶ୍ଚିମ ଓଡିଶାରେ ସ୍ଥିତି ଅସହ୍ୟ ହୋଇପଡିଛି। ଗୋଟିଏ ଦୁଇଟି ସ୍ଥାନରେ ପାରଦ ପାଖାପାଖି ୪୫ ଡିଗ୍ରୀକୁ ପହଞ୍ଚିଲାଣି। ଆଜି ବି ଗ୍ରୀଷ୍ମ ପ୍ରବାହ ସାଂଘାତିକ ରହିଛି। ପାଣିପାଗ ବିଭାଗ କହିଛି, ଆସନ୍ତା ୧୨ ତାରିଖ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଭଳି ସ୍ଥିତି ଯଦି ଲାଗିରହେ, ତେବେ ଅଂଶୁଘାତ ଆଶଙ୍କାକୁ ଏଡାଇ ଦେଇ ହେବ ନାହିଁ।
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଉପକୂଳ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଉଛି। ଗତକାଲି ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ଜଣାପଡିଛି। ମାତ୍ର ୫ଟି ସହର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨. ୫ ଡିଗ୍ରୀ ରେକର୍ଡ ହୋଇଥିଲା। ସେହିପରି ଆଭ୍ୟନ୍ତୀରଣ ଓଡ଼ିଶାର ଭବାନୀପାଟଣା, ବଲାଙ୍ଗିର, ମାଲକାନଗିରି ଓ ସୋନପୁରର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ସାରା ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା […]
ଭୁବନେଶ୍ୱର: ସାରା ରାଜ୍ୟରେ ମୁଣ୍ଡଫଟା ଖରା, ଅସହ୍ୟ ତାତି। ଗତକାଲି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ଗତକାଲି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗରମ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୮ ତାରିଖ ପରେ କାଳ ବୈଶାଖୀ ହେବାର ସମ୍ଭାବନା ଥିବାରୁ ତାପମାତ୍ରା କମିବ। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଆଦି ଜିଲ୍ଲାରେ […]
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର ପ୍ରଭାବ ଜାରି ରହିବ। କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ। ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଭାବେ ସ୍ଥାନ ପାଇଥିଲା। ଭୁବନେଶ୍ୱରର ତାପମାତ୍ରା ୪୧. ୨ ଡିଗ୍ରୀ ସେଲସିୟସ ଥିଲା। ୪୧ ଡିଗ୍ରୀ ସହ ବଲାଙ୍ଗିର, ଟିଟିଲାଗଡ଼ ଦ୍ୱିତୀୟ ସର୍ବାଧିକ ଉତ୍ତପ୍ତ ସହର ଥିଲା। ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ରାଜ୍ୟର […]