ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟାରେ ସେହି ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ସମ୍ଭାବନା ମଧ୍ୟ ରହିଛି । ଏହାର ପ୍ରଭାବରେ ୨୫ ତାରିଖ ବେଳକୁ ରାଜ୍ୟର ବର୍ଷା ବିସ୍ତୃତି ଆଶଙ୍କା ରହିଛି । ଆଜି ଦକ୍ଷିଣ ଓଡ଼ିଶାର ବର୍ଷାର ପରିମାଣ ଅଧିକ ରହିପାରେ । ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ଦୁଇ ଦିନ ହେଲା ରାଜ୍ୟରେ ଜାରି ରହିଛି ବର୍ଷା।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସଂଭାବନା ରହିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସଂଭାବନା ରହିଛି ।
ଭିଷଣ ବର୍ଷା। ବାବା ଆଖଣ୍ଡମଣିଙ୍କ ଗର୍ଭଗୃହରେ ପଶିଲା ପାଣି। ଅଧାବୁଡ଼ା ଅବସ୍ଥାରେ ଚାଲିଛି ବାବାଙ୍କ ପୂଜା
ଲଗାଣ ବର୍ଷାରେ ଦିଲ୍ଲୀ ବେହାଲ । ଗତକାଲିଠାରୁ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ଲାଗି ରହିଛି । ଫଳରେ ଅନେକ ସ୍ଥାନରେ ପାଣି ଜମି ରହି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।