ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ନିର୍ଧୁମ ଛେଚିବ । ବିଶେଷ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୩/୪ ଦିନର ଲଗାଣ ବର୍ଷାରେ ବେହାଲ୍ ହୋଇଯାଇଛି ଅଧାରୁ ଅଧିକ ଗୁଜରାଟ । ହଜାର ହଜାର ଲୋକ ଜଳବନ୍ଦୀ ।
ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ ।
ଭୂ-ସ୍ଖଳନ ମହାବିପର୍ଯ୍ୟୟରେ ଛାରଖାର କେରଳର ୱାୟନାଡ୍ । ବିଷମ ପରିସ୍ଥିତି ସତ୍ତ୍ୱେ ମାଟି ଓ କାଦୁଅ ତଳୁ ଖୋଜା ଚାଲିଛି ଜୀବନ ।
ରାଜଧାନୀ ଦିଲ୍ଲୀରେ ଆଇଏଏସ୍ କୋଚିଂ ସେଣ୍ଟର ଟ୍ରାଜେଡି ଘଟଣାରେ ହୁଲୁସ୍ତୁଲ ହେଲାଣି ରାଜରାସ୍ତାରୁ ପାର୍ଲିଆମେଣ୍ଟ । ଘଟଣାରେ ଦିଲ୍ଲୀ ସରକାରଙ୍କୁ ସଂପୂର୍ଣ୍ଣ ଭାବେ ଦାୟୀ କରିବା ସହ ଆନ୍ଦୋଳନକୁ ତୀବ୍ର କରିଛି ବିଜେପି ।
ମୁଣ୍ଡଳି ଦେଇ ନିଷ୍କାସିତ ହେଉଛି ୨ ଲକ୍ଷ କ୍ୟୁସେକ ବନ୍ୟା ଜଳ । ସକାଳ ୬ଟାରେ ମୁଣ୍ଡଳିରେ ଅତିକ୍ରମ କଲା ୨ ଲକ୍ଷ କ୍ୟୁସେକ ।
୩ ପର୍ଯ୍ୟନ୍ତ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ୩୧ରୁ ୨ ଯାଏଁ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
ପ୍ରବଳ ବର୍ଷାରୁ ପୁଣେରେ ଦୟନୀୟ ସ୍ଥିତି ପରେ ଉତ୍ତରାଖଣ୍ଡ, ଦିଲ୍ଲୀରେ ବି ସମାନ ସ୍ଥିତି । ଲଗାତାର ବର୍ଷା ଯୋଗୁଁ ସହର ସାରା ଖାଲି ପାଣି ଆଉ ପାଣି । ଲୋକଙ୍କ ଘରେ ପାଣି ପଶିଥିବା ବେଳେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛନ୍ତି ।
ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ।
ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା । ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଲା ପାଣିପାଗ ବିଭାଗ ।
କଟକର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମିଥିବା ସୂଚନା ମିଳିଛି।
ପ୍ରବଳ ବର୍ଷା କାରଣରୁ ବିମାନବନ୍ଦରରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିଥିଲା। ରନ୍ ୱେରେ ପାଣି ଲହଡି ଖେଳୁଥିଲା। ଉଡାଣ ପାଇଁ ଥିବା ବିମାନ ତଳେ ପାଣି ଚାଲୁଥିବା ବେଳେ ପାର୍କିଂ ହୋଇଥିବା କାରଗୁଡିକ ଅଧା ଜଳମଗ୍ନ ହୋଇଯାଇଥିଲା।
ଜଳବନ୍ଦୀରେ ଉବୁଟୁବୁ କଟକ ସହର । ପାଣିପାଗ ବିଭାଗର ଚେତାବନୀ, କାଲିଠୁ ତାତିରେ ଜଳିବ ଓଡ଼ିଶା ।
ସାକ୍ଲୋନିକ ସାର୍କୁଲେସନ ପ୍ରଭାବରେ ଏହି ବର୍ଷା ହେଉଛି । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଥିବାରୁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି ।
ତାମିଲନାଡ଼ୁରେ ‘ମିଗଜୋମ’ ତାଉ, ଜନଜୀବନ ଅସ୍ତବ୍ୟସ୍ତ । ମୂଷଳ ବର୍ଷାରେ ଉବୁଟୁବୁ ଚେନ୍ନାଇ ସହର, ସମୁଦ୍ର ସମ ଦିଶୁଛି ବିମାନ ବନ୍ଦର ।
ତାମିଲନାଡୁର କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି । ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ସ୍ପଷ୍ଟ ହୋଇନି ।
ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ....ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି...ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା...
୧୮ ତାରିଖରେ ଘଡ଼ଘଡି ସହ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଅନୁଗୁଳ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବର୍ତ୍ତମାନ ସୁଦ୍ଧା ୨୯ ଜଣଙ୍କ ହେଲାଣି ପ୍ରାଣହାନୀ । ଉତ୍ତରାଖଣ୍ଡରେ ବି ସଙ୍ଗୀନ ସ୍ଥିତି ।
ଉତ୍ତରବାଙ୍କୀ ଓ ତିଗିରିଆ ବ୍ଲକର ୯ଟି ପଞ୍ଚାୟତର ଶହଶହ ଏକର ଚାଷଜମି ଜଳମଗ୍ନ ହୋଇପଡ଼ିଛି। ନୟାଗଡ଼ ଜିଲ୍ଲାରେ ଗାଁ ସହିତ ବିଲବାଡ଼ି, ରାସ୍ତାଘାଟ, ପୋଲ ବି ବୁଡ଼ିଛି ।
ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ ।
ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।
ଆଗାମୀ ଦୁଇ ଦିନ ଅଧିକରୁ ଅଧିକ ବର୍ଷା ଆଶଙ୍କା ଥିବାରୁ କେନ୍ଦୁଝର ଓ ସମ୍ୱଲପୁରରେ ଓଡ୍ରାଫ ଟିମ୍ ସହ ଭଦ୍ରକ ଓ ଯାଜପୁରରେ NDRF ଟିମ ମୁତୟନ ରହିବେ।