ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ । ଏହା ଉତ୍ତର ଦିଗରେ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ।
ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଅଧିକାଂଶ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଏନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ SRC ଚିଠି ଲେଖିଛନ୍ତି । ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁ ଦିଲ୍ଲୀରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତାଘାଟରେ ଗାଡ଼ିମୋଟର ଅଟକି ରହିବା ସହ ରାସ୍ତା ଉପରେ ଲହଡି ମାରୁଛି ପାଣି। ଏଥିସହ ଯାତାୟାତ ବାଧାପ୍ରାପ୍ତ ହୋଇଛି।
ବର୍ଷା ଯୋଗୁ ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ୪୦ଟି ବିମାନର ଗତିପଥ ପରିବର୍ତ୍ତନ ହୋଇଥିବା ବେଳେ ୧୦୦ରୁ ଅଧିକ ବିମାନର ଚଳାଚଳରେ ବିଳମ୍ବ ହୋଇଛି।
ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ବର୍ଷା । ପ୍ରବଳ ପବନ ଓ ଘଡ଼ଘଡ଼ି ବର୍ଷାରେ ଭିଜିଲା ଟ୍ୱିନସିଟି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ । ବିଭିନ୍ନ ସ୍ଥାନରେ ପାଣି ଜମିଥିବାର ସୂଚନା ।
#୪ଦିନ_ଝଡ଼ବର୍ଷା! ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ସମ୍ଭାବନା। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବା ନେଇ ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହେବ କାଳବୈଶାଖୀ ବର୍ଷା। ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତାକାଲି ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।
୧୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା । ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି । ଗୋପାଳପୁର ଠାରୁ ୨୬୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ଅବପାତ ।
ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ଆଜି ଶୁଖିଲା ରହିବ ପାଗ, ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର।
ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି। ଆଜି ବର୍ଷା ନେଇ କେବଳ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଦୁଇ ଦିନ ହେଲା ଥମିବାର ନାଁ ନେଉନି ବର୍ଷା। କେଉଁଠି ଅବିଶ୍ରାନ୍ତ ବର୍ଷା ତ କେଉଁଠି ରହି ରହି କାଚୁଛି। ଅଧିକ ପ୍ରଭାବିତ ହୋଇଛି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର।
କେଉଁଠି ଅବିଶ୍ରାନ୍ତ ବର୍ଷା ତ କେଉଁଠି ରହି ରହି କାଚୁଛି। ଏହାରି ଭିତରେ ରାଜ୍ୟରେ ଲଗାଣ ବର୍ଷା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ।
ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।
ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଅତି ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳ ଓଡିଶାରେ ଆଜି ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବଢ଼ିବ ବର୍ଷା ପରିମାଣ...ବଲାଙ୍ଗିରରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ..ଉପରମୁଣ୍ଡରେ ବର୍ଷା ଯୋଗୁ ନଦୀରେ ବଢ଼ିପାରେ ପାଣି
୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ରାଜ୍ୟରେ ବର୍ଷା ଲାଗି ରହିଛି ...କେବଳ ଉପକୂଳ ଓଡିଶାକୁ ଛାଡ଼ିଦେଲେ ରାଜ୍ୟର ଆଉ ସମସ୍ତ ଜିଲ୍ଲାକୁ ୱାର୍ଣ୍ଣି ଜାରି କରାଯାଇଛି