ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳ ସ୍ତର ବଢ଼ୁଛି। ମହାନଦୀର କେତେକ ଶାଖା ନଦୀର ଜଳ ସ୍ତର ବଢ଼ୁଛି। ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଜଳକା, ବୁଢ଼ାବଳଙ୍ଗ, ବଂଶଧରା, ରୁଷିକୁଲ୍ୟାରେ ଜଳସ୍ତର ବଢୁଛି। ଜଳ ସ୍ତର ବଢ଼ୁଥିଲେ ବି ବିପଦ ସଂକେତ ତଳେ ପ୍ରବାହିତ ହେଉଛି।
ଗଭୀର ଅବପାତ ଯୋଗୁ ଦିନ ତମାମ ବର୍ଷିବ। ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ଼ ବର୍ଷା ଲାଗି ରହିବ। ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶା ବି ପ୍ରଭାବିତ ହେବ। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବରଗଡ଼ରେ ପ୍ରବଳ ବର୍ଷିବ। ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଅବପାତ ସ୍ଥିତିକୁ ଆସିବ।
ଏହି ସମୟରେ ଓଡ଼ିଶାର ୫ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ଓ୍ୱାର୍ଣ୍ଣିଂ। ଏହା ବାଦ୍ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଏବଂ ମଧ୍ୟ ପ୍ରଦେଶ ଆଡ଼କୁ ଯିବା ସମ୍ଭାବନା ରହିଛି।
ଉତ୍ତର-ପଶ୍ଚିମ ଓ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍ ମାର୍କଡ୍ ଲୋ’ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହୋଇପାରେ।
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ପାଇଁ ବର୍ଷା ପରିମାଣ ବଢ଼ିବାକୁ ଥିବାରୁ ଆସନ୍ତାକାଲି(ରବିବାର) ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ପୂର୍ବକେନ୍ଦ୍ରୀୟ ଓ ଏହା ତତ୍ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।
ଆସନ୍ତାକାଲି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ରୁ ୧୩ ତାରିଖ ଯାଏଁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୧୧ରୁ ୧୩ ତାରିଖ ଯାଏଁ ୟେଲୋ ୱାର୍ଣିଂ ଜାରି କରାଯାଇଛି।
ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଆସନ୍ତା ୬ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ଏହି ୨ ଦିନ ପ୍ରବଳ ବର୍ଷା ହୋଇପାରେ।
ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଏହି ବର୍ଷାର ପ୍ରଭାବ ରହିବ। ୩୦ ତାରିଖ ପରେ ବର୍ଷାର ପରିମାଣ ହ୍ରାସ ପାଇବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଏହି ବର୍ଷାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ବିଶେଷ କରି ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା
ଏପଟେ ଲଗାଣ ବର୍ଷାରେ ବେହାଲ୍ ହୋଇଛି ମାଲକାନଗିରି ଜିଲ୍ଲାର କୋରକଣ୍ଡା ଓ ଏମ୍ଭି-୩୭ ପୋଲ ଉପରେ ପାଣି କମୁଥିବାବେଳେ ପୋଟେରୁ, କାଙ୍କରିକୁଣ୍ଡା ଅଞ୍ଚଳରେ ପାଣି ବଢୁଛି। ମାଲକାନଗିିରିରୁ ମୋଟୁକୁ ଏବଂ ଆନ୍ଧ୍ରକୁ ଯୋଗାଯୋଗ ବିଛିନ୍ନ ହୋଇଛି।
ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହାର ପ୍ରଭାବ ପଡ଼ିପାରେ।
ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ସ୍ଥିତି ଲାଗି ରହିବ ବୋଲି କହିଛନ୍ତି।
ରାଜ୍ୟରେ ଆସନ୍ତା ୪ ଦିନ ଯାଏ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ୱେଲ୍ ମାର୍କଡ୍ ଲୋ’ ପ୍ରେସର ଏରିଆ ସକ୍ରିୟ ରହିଛି। ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।
କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକ। ତେବେ ଲଘୁଚାପ ଯୋଗୁଁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ।
ଗତକାଲି(ସୋମବାର) ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ଏବଂ ପରଦିନ ପାଇଁ ମଧ୍ୟ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
୨୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ।
ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।