ବର୍ଷାରେ ଉବୁଟୁବୁ ରାଜଧାନୀ ଭୁବନେଶ୍ବର। ରାଜଧାନୀର ବିଭିନ୍ନ ସ୍ଥାନରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି। ଲିଙ୍ଗରାଜ ମନ୍ଦିର ନିକଟ ରାସ୍ତା ବୁଡ଼ି ରହିଛି। ରାସ୍ତା ଉପରେ ଅନେକ ଗାଡି ଅଧାବୁଡ଼ା ଅବସ୍ଥାରେ ରହିଛି। ନ୍ୟୁ ଫରେଷ୍ଟ କଲୋନୀ, ସୌଭାଗ୍ୟ ନଗର ଏବଂ ଜାଭିୟର ଛକ ଅଂଚଳରେ ଏବେବି ପାଣିର ସୁଅ ଛୁଟୁଛି।
ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷିବ ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ଆଗକୁ ଆହୁରି ବର୍ଷା ହେବାର ସମ୍ଭାବନା ରହିଛି। ଜଳ ସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ଏକାଧିକ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଉବୁଟୁବୁ ଉପାନ୍ତ ମାଲକାନଗିରି। ତିନି ଦିନ ହେଲାଣି ନନଷ୍ଟପ ବର୍ଷା କାଚୁଛି। ଗତ ୨୪ ଘଣ୍ଟାରେ ଚିତ୍ରକୋଣ୍ଡାରେ ସର୍ବାଧିକ ୧୯୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ କୋରୁକୁଣ୍ଡାରେ ୧୮୫ ଓ ମାଲକାନଗିରିରେ ୧୮୩ ମିମି ବର୍ଷା ହୋଇଛି।
୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପଦାରେ ପଡ଼ିଲା ଏକ ନମ୍ବର ସ୍ମାର୍ଟସିଟିର ଅସଲ ଚେହେରା। ବର୍ଷର ପ୍ରଥମ ଲଗାଣ ବର୍ଷାରେ ହିଁ ବେହାଲ ଭୁବନେଶ୍ୱର।
ଆଜିର ବର୍ଷା ରାଜଧାନୀବାସିଙ୍କୁ ପ୍ରଚଣ୍ଡ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି।
କେଉଁ କେଉଁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଦେଖି ନିଅନ୍ତୁ ତାଲିକା...
ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଆସନ୍ତାକାଲି ୧୩ଟି ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।
ଆଜି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ କାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା। ସେହିପରି ମହାଷ୍ଟମୀରେ ୩ ତାରିଖରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨ ତାରିଖରୁ ଅର୍ଥାତ୍ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ୧୨ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଆସନ୍ତା ୧୮ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପ ଅବପାତରେ ପରିଣତ ହୋଇପାରେ। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହୋଇ ଏହା ଉପକୂଳ ଛୁଇଁବା ସମ୍ଭାବନା।
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।