ଆଜି ଶୁଖିଲା ରହିବ ପାଗ, ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି। ଆଜି ବର୍ଷା ନେଇ କେବଳ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୧୮ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
୯ ତାରିଖରେ ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅନେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୪/୫ ଦିନ ମେଘୁଆ ପାଗ ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ। ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଟ୍ୱିନ୍ସିଟି କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି।
ରାଜ୍ୟର ୧୦ଟି ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି। କେବଳ ନବରଙ୍ଗପୁର ଜିଲ୍ଲାକୁ ଛାଡି ଦେଲେ ବାକି ସବୁ ଜିଲ୍ଲାରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଛି। ସବୁଠୁ ଅଧିକ ପୁରୀ ଜିଲ୍ଲାର ଅସ୍ତରଙ୍ଗ ଓ କାକଟପୁରରେ ୫୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇବ ବୋଲି ଜଣାପଡ଼ିଛି
ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି। ସେପଟେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମଥାନୀ ଠାରେ ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳ ପ୍ରବାହିତ ହେଉଛି।