ବୁଧବାର ଭୋର ପ୍ରାୟ ୪ଟା ୨୦ରେ ବାଦଲ ଫାଟିଥିଲା। ପ୍ରବଳ ବର୍ଷାରେ ୫ ଘର ଭୁଷୁଡି ଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ନିଖୋଜ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେନା, ପୋଲିସ ଏବଂ ପ୍ରଶାସନର ମିଳିତ ସହଯୋଗରେ ଲୋକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନକୁ ପଠାଯାଉଛି।
ଗତ ୩ ଦିନ ହେବ ମୁମ୍ବାଇରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁଁ ଏକ କୋଠା ଭୁଶୁଡ଼ି ପଡ଼ିଥିଲା। ପ୍ରଥମେ ୩ ଜଣଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ସମୟରେ ତାହା ବଢି ୩୬ରେ ପହଞ୍ଚିଛି।ଏହାସହ ମୁମ୍ବାଇର ଗୋଭାଣ୍ଡି ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ଦୁଇ ମହଲା କୋଠା ଭୁଶୁଡ଼ିବାରୁ ଅନ୍ୟ ୧୦ଜଣ ଆହତ ମଧ୍ୟ ହୋଇଛନ୍ତି।
୨୪ ଘଣ୍ଟାରେ ଝେଙ୍ଗଜୋ ପ୍ରଦେଶରେ ୫୫୨.୫ ମିଲିମିଟର ବର୍ଷା ହୋଇଛି। ଏଠାରେ ବର୍ଷକୁ ଯେତେ ବୃଷ୍ଟିପାତ ହୁଏ। ଏହା ତାର ୮୭ ପ୍ରତିଶତ। କାର ଓ ଅନ୍ୟ ଯାନବାହାନ ପାଣିରେ ଭାସୁଥିବା ବେଳେ ଘରଗୁଡିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି।
ଦିଲ୍ଲୀରେ ପାଗ ପରିବର୍ତ୍ତନ ପରେ ବର୍ଷାରେ ବେହାଲ ରାଜଧାନୀ । ଦୀର୍ଘ ଦିନ ହେବ ଗରମ ଯୋଗୁଁ ତ୍ରାହି ତ୍ରାହି ଡାକୁଥିବା ଦିଲ୍ଲୀବାସୀଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି ବର୍ଷା ।
ମୁମ୍ବାଇରେ ବର୍ଷା ଏବଂ ଭୂସ୍ଖଳ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଜୀବନ ଗଲାଣି । କେବଳ ଚେମ୍ବୁରରେ ଦୁର୍ଘଟଣାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି ।
ନଦୀ ଓ ସମୁଦ୍ରର ସ୍ଥିତି ରାତି ଅଧରେ ଲୋକଙ୍କ ଘରେ ଅଣ୍ଟାଏ ଉଚ୍ଚର ପାଣି ପଶିବାରୁ ଆକ୍ତାମାକ୍ତା ହୋଇପଡ଼ିଥିଲା ଜନଜୀବନ। ଏପଟେ ରାସ୍ତାଘାଟର ଦୃଶ୍ୟ ନକହିବା ଭଲ।
ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା […]
ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।