ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମର ପ୍ରକୋପ। ଗତକାଲି ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଶୁକ୍ରବାର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଥିଲା ଟିଟିଲାଗଡ । ଏଠାରେ ସର୍ବାଧିକ ତାପମାତ୍ରା ୪୩ ଦଶମିକ ୫ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ସେହିପରି ୪୨ ଦଶମିକ ୬ ଡିଗ୍ରୀ ତାପମାତ୍ରା ସହ ଦ୍ୱିତୀୟ ସ୍ଥାନରେ ରହିଛି ବଲାଙ୍ଗିର। ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୬ ଦଶମିକ ୬ ଡିଗ୍ରୀ ରହିଛି।