ହିଜାବ ମାମଲାକୁ ନେଇ ସୁପ୍ରିମକୋର୍ଟରେ ଆଜି ପକ୍ଷ-ପ୍ରତିପକ୍ଷଙ୍କ ଯୁକ୍ତି ଜୋରଦାର ହୋଇଛି। ଜଷ୍ଟିସ ହେମନ୍ତ ଗୁପ୍ତା ଏବଂ ଜଷ୍ଟିସ ସୁଧାଂଶୁ ଧୁଲିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣୀ କରୁଛନ୍ତି। ଆଜି ୮ ଦିନ ହେଲା ଏହି ମାମଲାର ବିଚାର ଚାଲିଛି। ହିଜାବ ରଦ୍ଦ କରିବା ମାମଲାରେ ବରିଷ୍ଠ ଆଇନଜୀବୀ ଦୁଷ୍ମନ୍ତ ଦବେ ତାଙ୍କର ବଳିଷ୍ଠ ଯୁକ୍ତି ରଖିଛନ୍ତି ।
ଶିକ୍ଷାନୁଷ୍ଠାନରେ ପିନ୍ଧା ଯିବ କେବଳ ୟୁନିଫର୍ମ । ଚଳିବ ନାହିଁ କୌଣସି ଧାର୍ମିକ ପୋଷାକ । ହିଜାବ ବ୍ୟାନ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନର ଶୁଣାଣି ପରେ କର୍ଣ୍ଣାଟକ ହାଇକୋର୍ଟ ଏହା କହିଛନ୍ତି ।
କର୍ଣ୍ଣାଟକରେ ତେଜିଲା ହିଜାବ ବିବାଦ। ଉଡ଼ୁପି ମହାତ୍ମା ଗାନ୍ଧି କଲେଜରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ପରିସ୍ଥିତି ଏପରି ହୋଇଥିଲା କି, ଗୋଟିଏ ଗୋଷ୍ଠୀ ହିଜାବରେ ଅନ୍ୟ ଏକ ଗୋଷ୍ଠୀ ଗେରୁଆ ଟୋପି ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆଜି ସକାଳୁ କଲେଜର ଛାତ୍ରୀ ପୂର୍ବ ଭଳି ହିଜାବ୍ ପିନ୍ଧି ଆସିଥିଲେ। ହେଲେ ଏହାକୁ ବିରୋଧ କରିଥିଲେ ଅନ୍ୟ ଛାତ୍ରଛାତ୍ରୀ।