ଆଜି କଟକ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଟକ୍କର ହେବ । ଏନେଇ ଗତକାଲି ବାରବାଟୀରେ ଖେଳାଳିମାନେ ପ୍ରାକ୍ଟିସ୍ କରୁଥିଲେ । ମ୍ୟାଚ୍ ପାଇଁ ଖେଳିମାନେ କିପରି ଅଭ୍ୟାସ କରୁଥିଲେ ଦେଖନ୍ତୁ ।
ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ସିରିଜର ଦ୍ୱିତୀୟ ଟି-୨୦କୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ।
ଦିନକ ପରେ ଅର୍ଥାତ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20 ମ୍ୟାଚ୍ ଖେଳାଯିବ। ଏଥିପାଇଁ ଆଜି ଭୁବନେଶ୍ୱରରେ ଦୁଇ ଦେଶର ଖେଳାଳି ପହଞ୍ଚିଛନ୍ତି।
କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍ ପାଇଁ ଆଜିଠୁ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। କାଲି ରାତିରୁ କ୍ରିକେଟପ୍ରେମୀଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଥିବା ବେଳେ ଆଜି ଲାଇନ୍ରେ ଥିବା ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି।
ବାରବାଟୀ ଷ୍ଟାଡିୟମରେ ଟିକେଟ୍ ପାଇଁ ଠେଲାପେଲା, ପାଟିତୁଣ୍ଡ ସହ ଲୋକଙ୍କ ମଧ୍ୟରେ ହାତାହାତି ମଧ୍ୟ ହୋଇଛନ୍ତି। ଲାଇନ୍ରେ ଛିଡ଼ା ହେବାକୁ ନେଇ କିଛି ଯୁବତୀ ହାତାହାତି ହୋଇଥିବା ଦେଖିବାକୁ ମିଳିଛି।
କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍ ପାଇଁ ଆଜିଠୁ କାଉଣ୍ଟରରେ ଟିକେଟ୍ ମିଳିବ। ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍ ମିଳିବ ବୋଲି ସୂଚନା ମିଳିଛି। ୯ ଓ ୧୦ ତାରିଖ ଦୁଇ ଦିନ ଧରି କାଉଣ୍ଟରରେ ଦର୍ଶକଙ୍କ ଲାଗି ଟିକେଟ୍ ବିକ୍ରି ହେବ।
ଟିକେଟ୍ କାଉଣ୍ଟରରେ ପରିଚୟପତ୍ର ଦେଖାଇ କିଣିବାକୁ ହେବ ଟିକେଟ । ମ୍ୟାଚ ପାଇଁ ଏୟାରପୋର୍ଟରୁ ହୋଟେଲ ଯାଏଁ କଡ଼ା ସୁରକ୍ଷାବ୍ୟବସ୍ଥା ।
କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍ ସମ୍ପର୍କିତ ମାମଲା ଖାରଜ ହୋଇଛି। ମ୍ୟାଚ୍ ବାତିଲ ଆବେଦନ ସମ୍ପର୍କିତ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଭର୍ଚୁଆଲରେ ଉପସ୍ଥିତ ରହି ହାଇକୋର୍ଟଙ୍କୁ ଏଜି ତଥ୍ୟ ଦେଇଛନ୍ତି।
କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ମାମଲା ଦାୟର କରାଯାଇଛି।
ଆସନ୍ତାକାଲି ଠାରୁ ଆରମ୍ଭ ହେବ ବାରବାଟୀ ଟି-20 ମ୍ୟାଚ୍ର ଟିକେଟ୍ ବିକ୍ରି । ଗ୍ୟାଲେରୀ ନମ୍ବର ୨, ୪, ୭, ସ୍ପେଶାଲ ଏନକ୍ଲୋଜର, ନ୍ୟୁ ପାଭେଲିୟନ ଏବଂ ଏସି ବକ୍ସ ପାଇଁ ଟିକେଟ ବିକ୍ରି କରାଯିବ ।
ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଜୁନ୍ ୧ରୁ ଟିକେଟ ବିକ୍ରି ଆରମ୍ଭ ହେବ। ଓସିଏ ସଂପାଦକ ସଞ୍ଜୟ ବେହେରା ଏହି ସୂଚନା ଦେଇଛନ୍ତି।
ବାରବାଟୀର ହେବ ନବକଳେବର । ଏଥିପାଇଁ ଅଣ୍ଟା ଭିଡ଼ିଛି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) । ଆସନ୍ତା ଜୁନ୍ ୧୨ତାରିଖରେ ଏଠାରେ ଆୟୋଜିତ ହେବାକୁ ଥିବା ଏହି ଟି -୨୦ ମୁକାବିଲା ପୂର୍ବରୁ ସମସ୍ତ କାମକୁ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛି ଓସିଏ ।
ବାରବାଟୀର ନବକଳେବର ଦାୟିତ୍ୱ ଗୁଜୁରାଟ ମୋଟେରା ଠାରେ ତିଆରି ହୋଇଥିବା ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଡିଜାଇନ କରିଥିବା ସଂସ୍ଥାକୁ ଦେଇଛି ଓସିଏ ।
କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍। ଜୁନ୍ ୧୨ ତାରିଖରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବ।
ଆସନ୍ତା ଜୁନ୍ରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍। ଏନେଇ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ପକ୍ଷରୁ ସୂଚନା ଦିଆଯାଇଛି।