କାଲି ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉତ୍କର୍ଷ ଓଡ଼ିଶା କନକ୍ଲେଭ ଉଦଘାଟନ ହେବ। ଦୁଇ ଦିନ ଭିତରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ।
ସିଙ୍ଗାପୁର ସହ ଓଡ଼ିଶା କଲା ଆଠ ଆଠଟି ଏମ୍ଓୟୁ । ଆସନ୍ତା ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ହେବାକୁ ଥିବା ବେଳେ, ଏହାର ୧୦ ଦିନ ପୂର୍ବରୁ ସିଙ୍ଗାପୁର ସହ ୮ଟି ପ୍ରକଳ୍ପ ଉପରେ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି ରାଜ୍ୟ ସରକାର।
ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଯିବା ପୂର୍ବରୁ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ 5 ବର୍ଷରେ 5 ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି।