କରୋନା ପାଇଁ ସୃଷ୍ଟି ହୋଇଥିବା ଭକ୍ତ ଭଗବାନଙ୍କ ମଧ୍ୟରେ ଦୂରତା ଧୀରେ ଧୀରେ ହ୍ରାସ ପାଉଛି । ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ନେଇ ଗାଇଡଲାଇନକୁ ସାମାନ୍ୟ କୋହଳ କରାଯାଇଛି । ଏହାସହ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ନେଇ ସାନି ଏସଓପି ଜାରି କରାଯାଇଛି । କେବଳ ସାନିଟାଇଜେସନ ପାଇଁ ରବିବାର ଦିନ ଦର୍ଶନ ବନ୍ଦ ରହିବ
୪ ମାସ ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କୁ ଦେଖିବାର ସୁଯୋଗ ପାଇଛନ୍ତି ସର୍ବସାଧାରଣ । କରୋନାର ଦ୍ୱିତୀୟ ଲହର କମିବା ପରେ ସେବାୟତ, ତାଙ୍କ ପରିବାର ଓ ପୁରୀବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି । ତେବେ ଆଜିଠାରୁ ରାଜ୍ୟ ଓ ରାଜ୍ୟ ବାହାରର ସମସ୍ତ ଭକ୍ତ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିପାରିବେ
ପୁରୀ: ପ୍ରତିଦିନ ସାର୍ବଜନୀନ ହେବ ଶ୍ରୀମନ୍ଦିର ହୁଣ୍ଡିକୁ ଦାନ ସୁନା ରୂପାର ପରିମାଣ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଯୋଜନା ଚଳାଇଥିବାବେଳେ ଅନ୍ୟପକ୍ଷରେ ଏହାକୁ ସ୍ୱାଗତ କରିଛନ୍ତି ଶ୍ରୀମନ୍ଦିର ପରିଚାଳନା ପରିଷଦର ସଦସ୍ୟ ଓ ବରିଷ୍ଠ ସେବାୟତ। ପ୍ରତିଦିନ ସାର୍ବଜନୀନ କରିବା ପୂର୍ବରୁ ମେ’ ପ୍ରଥମ ସପ୍ତାହରେ ହୁଣ୍ଡିକୁ ଦାନ ଆକାରରେ ମିଳିଥିବା ସୁନା ରୁପାର ହିସାବ ଦେଇଛି ପ୍ରଶାସନ। ନୀଳକନ୍ଦରର ରତ୍ନତ୍ସିଂହାସନରେ ପୂଜାପାଉଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ଆସିଥାନ୍ତି ଶ୍ରୀକ୍ଷେତ୍ରକୁ। ଦର୍ଶନ […]
ପୁରୀ: ଭକ୍ତ ମାନେ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ପ୍ରତିଦିନ ହୁଣ୍ଡିରେ ଦେଉଥିବା ଲୁଗା ଓ ଶାଢ଼ୀକୁ ନିଲାମ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ସ୍ୱତନ୍ତ୍ର ତାଲିକା କରାଯାଇ ଆସିଷ୍ଟାଣ୍ଟ ଡାଇରେକ୍ଟର ଟେକ୍ସଟାଇଲଙ୍କ ଦ୍ୱାରା ଅପସେଟ ପ୍ରାଇସ କରାଯାଇ ନିଲାମ କରାଯିବ। ଏହି ସାମଗ୍ରୀ ଅତ୍ୟଧିକ ମାତ୍ରାରେ ଗଚ୍ଛିତ ଥିବାରୁ ଏହାକୁ ନିଲାମ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। କିନ୍ତୁ କୌଣସି ପ୍ରକାର ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଲୁଗା, ଖଣ୍ଡୁଆକୁ ବିକ୍ରି କରାଯିବ ନାହିଁ କି ନିଲାମ କରାଯିବ ନାହିଁ […]
ପୁରୀ: ୪ ଦିନର ଅପେକ୍ଷାର ଅନ୍ତ। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଭକ୍ତ ପାଇଲେ ମହାପ୍ରସାଦ। ସଠିକ୍ ସମୟରେ ଠାକୁରଙ୍କ ନୀତିକାନ୍ତି ସାଙ୍ଗକୁ ଭୋଗ ମଣ୍ଡପ ଉଠିବା ପରେ ଆନନ୍ଦ ବଜାରରେ ଅବଢ଼ା ଖାଇ ଖୁସି ହୋଇଛନ୍ତି ଭକ୍ତ। ନୀତି ବିଭ୍ରାଟ ସାଙ୍ଗକୁ ସୁଆର ସେବାୟତଙ୍କ ଆନ୍ଦୋଳନ ଯୋଗୁଁ ଗତ ୧୬ ତାରିଖରୁ ଅବଢ଼ା ବାହାରୁନଥିଲା। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଜି ମହାପ୍ରଭୁଙ୍କ ସବୁ ନୀତିକାନ୍ତି ଠିକଠାକ୍ ହେବା ପରେ ସଠିକ୍ ସମୟରେ ମହାପ୍ରସାଦ ବାହାରିଛି। ଫଳରେ […]
ପୁରୀ: ଆଜି ବାହାରିବ ମହାପ୍ରଭୁଙ୍କ ଅବଢା। ଗତ ଚାରି ଦିନ ଧରି ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ହୋଇଛି। ଏଥିପାଇଁ ଆଜି ମହାପ୍ରଭୁଙ୍କ ସବୁ ନୀତି ଠିକ୍ଠାକ୍ ଚାଲିଥିବା କୁହାଯାଉଛି। ଆଜି ସକାଳଧୂପ ପରେ ଯାତ୍ରାଙ୍ଗି ମହାସ୍ନାନ ଓ ମଧ୍ୟାନ୍ନ ଧୂପ ପାଇଁ ସେବାୟତମାନେ ନିଜ ନିଜର ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଆଜି ଅବଢା ବାହାରିବା ନେଇ ଗତକାଲି ସୁଆର ନିଯୋଗ ସ୍ପଷ୍ଟ କରିଥିଲା। ପୂର୍ବରୁ ସୁଆର ମହାସୁଆର ସେବାୟତଙ୍କ ଦାବି ପୂରଣ […]
ପୁରୀ: ଲଗାତାର ୩ଦିନ ଧରି ନିରାଶ ପରେ ଆଜି ବାହାରିପାରେ ମହାପ୍ରଭୁଙ୍କ ମହାପ୍ରସାଦ। ଶ୍ରୀମନ୍ଦିରରେ ଲାଗି ରହିଥିବା ନୀତି ବିଭ୍ରାଟରେ ସୁଧାର ଆସିଥିଲେ ବି ମହାପ୍ରସାଦ ସମସ୍ୟା କିନ୍ତୁ ଦୂର ହୋଇପାରିନାହିଁ। ମହାପ୍ରଭୁଙ୍କୁ କେବଳ ଦର୍ଶନ କରି ଆନନ୍ଦ ବଜାରରୁ ଖାଲି ହାତରେ ଫେରିଆସିଥିଲେ ଭକ୍ତ। ଗତକାଲି ସକାଳ ଧୂପ ପରେ ଯାତ୍ରାଙ୍ଗି ମହାସ୍ନାନ ଓ ମଧ୍ୟାନ୍ନ ଧୂପ ପାଇଁ ସେବାୟତମାନେ ନିଜ ନିଜର ଦାୟିତ୍ୱ ସମ୍ପାଦନ କରିଥିଲେ। ତେବେ କିଭଳି ଭାବେ ସୁଆର ମହାସୁଆରମାନେ ଶ୍ରୀଜୀଉଙ୍କ […]
ପୁରୀ: ୨ ଦିନ ଧରି ଉପବାସ ରହିବା ପରେ ଶେଷରେ ଶ୍ରୀଜିଉଙ୍କଙ୍କ ଠାରେ ଲାଗି ହେଲା ଭୋଗ। ଗତକାଲି ରାତିରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସଂପର୍ଣ୍ଣ କରାଯାଇଛି। ରାତି ୧୦. ୫୦ ମିନିଟ୍ରେ ମହାପ୍ରଭୁଙ୍କ ରୋସ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରାପାଳ ପୂଜା, ଗୋପାଳ ବଲ୍ଲଭ ନୀତି କରାଯାଇଥିଲା। ରାତି ୧. ୨୦ ମିନିଟ୍ରେ ମହାପ୍ରଭୁଙ୍କ ସକାଳ ଧୂପ କରାଯାଇ ଖେଚୁଡି ଭୋଗ କରାଯାଇଥିଲା। ଗର୍ଭଗୃହକୁ କେବଳ ପାଳିଆ ସେବାୟତଙ୍କ ପ୍ରବେଶ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ […]
ପୁରୀ: ଅନିଦ୍ରାରେ ମହାପ୍ରଭୁ। ଶ୍ରୀମନ୍ଦିର ନୀତିକାନ୍ତିରେ ଗୁରୁତର ବିଭ୍ରାଟ ଯୋଗୁ କାଲି ରାତିରେ ପହୁଡ ପଡିନଥିବା ସୂଚନା ମିଳିଛି। ପହୁଡ଼ ନ ପଡ଼ିବାରୁ ରାତି ସାରା ଅନିଦ୍ରା ରହିଲେ ମହାପ୍ରଭୁ। ଗତକାଲି ଭୋଗମଣ୍ଡପ ବିଳମ୍ବ ଯୋଗୁଁ ବାହାରି ପାରି ନଥିଲା ମହାପ୍ରସାଦ। ଫଳରେ ଶ୍ରୀମନ୍ଦିର ରୋଷ ଘର ଭିତରେ ଏଯାଏ ରହିଛି କାଲିର ଅହ୍ମୁଣିଆ ମହାପ୍ରସାଦ। ଭୋଗ ନ ଲାଗିବାରୁ ପ୍ରାୟ ୫୦ ଲକ୍ଷ ଟଙ୍କାର ମହାପ୍ରସାଦ ନଷ୍ଟ ହୋଇଥିବା କୁହାଯାଉଛି। ବିଧି ମୁତାବକ ଏସବୁ କୋଇଲି […]
ଭୁବନେଶ୍ୱର: ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ନିର୍ମାଣକୁ ନେଇ ଓଡ଼ିଶା ସରକାର ଲୋକଙ୍କ ମନରେ ବଡ଼ ଭ୍ରମ ସୃଷ୍ଟି କରୁଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଯାହା ବି କିଛି ଖନନ କି ବିସ୍ଥାପନ କରାଯାଇଛି ତାହା ରାଜ୍ୟ ସରକାର ହିଁ କରିଛନ୍ତି। ଏଥିରେ ASI କିମ୍ବା ଭାରତ ସରକାରଙ୍କର କୌଣସି ନେଣଦେଣ ନାହିଁ ବୋଲି ଆଜି ସ୍ପଷ୍ଟ କରିଛନ୍ତି। କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ୍ ପୁରୀ ଶ୍ରୀମନ୍ଦିର ପାଇଁ NMAର ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହୃତ ସମ୍ପର୍କରେ ଗଣମାଧ୍ୟମକୁ […]
ପୁରୀ(ମଧୁସୁଦନ ମିଶ୍ର,ପ୍ରଦୀପ ମହାନ୍ତି) : ବଡ଼ଦାଣ୍ଡରୁ ହଟିଲା ବ୍ୟାରିକେଡ୍। ମହାପ୍ରଭୁଙ୍କ ଦର୍ଶନରେ ଧାଡ଼ି ବ୍ୟବସ୍ଥା କୋହଳ ହୋଇଛି। ଜଗନ୍ନାଥ ବଲ୍ଲଭରୁ ମରିଚିକୋଟ ଯାଏ ବ୍ୟାରିକେଡ ହଟାଯାଇଛି । ଏହାଦ୍ୱାରା ଶ୍ରୀମନ୍ଦିରକୁ ଯିବା ପାଇଁ ଆଉ ଶ୍ରଦ୍ଧାଳୁଙ୍କୁ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡ଼ିବ ନାହିଁ କି ଅପେକ୍ଷା କରିବାକୁ ପଡ଼ିବ ନାହିଁ । ଦର୍ଶନ ବ୍ୟବସ୍ଥାକୁ ଅଧିକ ସହଜ କରିବାକୁ ଏହି ବ୍ୟାରିକେଡ୍ ହଟାଯାଇଛି । ବ୍ୟାରିକେଡ୍ ଖୋଲିବା ପରେ କେବଳ ଦର୍ଶନ ବ୍ୟବସ୍ଥା ସହଜ ହୋଇଛି […]
ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଶେଷରେ ଖୋଲିଲା ଶ୍ରୀମନ୍ଦିର। ଆଜିଠାରୁ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀ ନିବାସୀଙ୍କ ପାଇଁ ଆଜିଠାରୁ ମନ୍ଦିର ଖୋଲାଯାଉଛି । କରୋନା କଟକଣା ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ। ପ୍ରଥମ ତିନି ଦିନ ସେବାୟତଙ୍କ ପରିବାର ଶ୍ରୀଜିଉଙ୍କ ଦର୍ଶନ କରିବେ। ୨୬ ତାରିଖରୁ ୩୧ ତାରିଖ ଯାଏଁ ପୁରୀ ସହରର ସାଧାରଣ ଭକ୍ତ ଦର୍ଶନ କରିପାରିବେ । କରୋନା ସ୍ଥିତିରେ ଦର୍ଶନ ଲାଗି ଜାରି ହୋଇଛି ସ୍ବତନ୍ତ୍ର […]