ଦୁର୍ଲ୍ଲଭ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ପ୍ରଭୁ ଶ୍ରୀଜଗନ୍ନାଥ,ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା । ବଡ଼ଛତା ମଠ ଯୋଗାଇବ ଏହି ବେଶ । ଏଣୁ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି ।
ଶ୍ରୀ ଜଗନ୍ନାଥଙ୍କ ଚାରିହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଉର୍ଦ୍ଧ୍ୱ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ ଓ ମୂଷଳ ଧାରଣ କରିଥାନ୍ତି ।