ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ପାଣି। ବାଲେଶ୍ୱରରୁ ରେମୁଣା ଓ ଏନଏଚ୍-୧୬କୁ ସଂଯୋଗ କରୁଥିବା ରାସ୍ତାରେ ଯାତାୟତ ପ୍ରଭାବିତ ।
ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ। ମଥାନୀଠାରେ ସତର୍କ ସଙ୍କେତ ୬.୦୦ ମିଟର ରହିଥିବାବେଳେ ଆଜି ରାତି ୮ଟା ସୁଦ୍ଧା ଜଳକା ନଦୀର ଜଳସ୍ତର ବଢ଼ି ୬.୫୧ ମିଟର ସହ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।
ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି ।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଓ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଭଦ୍ରକ ଜିଲ୍ଲାର ଆଖୁଆପଦାଟାରେ ବୈତରଣୀ ନଦୀ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଓ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ପରେ ଏବେ ମହାନଦୀରେ ବନ୍ୟା ଆଶଙ୍କା ଦେଖା ଦେଇଛି।
ମଥାନୀ ଠାରେ ଜଳକାର ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ମଥାନୀ ଠାରେ ଜଳକା ଏବେ ୬.୨୫ ମିଟର ଉଚ୍ଚରେ ପ୍ରବାହିତ ହେଉଛି।
ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବାରୁ ଅନେକ ସ୍ଥାନରେ ରାସ୍ତା ଉପରେ ପାଣି ଚାଲିଛି । ମଥାନୀ ରାସ୍ତା ବୁ଼ଡିଥିବା ବେଳେ ଶହ ଶହ ହେର ଜମିରେ ପାଣି ଜମି ରହିଛି । ଜଳକା ବନ୍ୟାରେ ୧୨ ପଞ୍ଚାୟତର ୫୦ ଗାଁ ଜଳମଗ୍ନ ହୋଇଛି ।
ଗାଁ ଦାଣ୍ଡରେ ପାଣି । ଘର ଭିତରେ ପାଣି । ରାସ୍ତା ଉପରେ ବି ପାଣି । ଜଳକାରେ ହଠାତ୍ ପାଣି ମାଡ଼ି ଆସିବା ଫଳରେ ଆଜି ଏମିତି କଲବଲ ବସ୍ତା ବ୍ଲକ୍ର ୧୨ରୁ ଅଧିକ ପଞ୍ଚାୟତର ପ୍ରାୟ ୫୦ ହଜାରରୁ ଅଧିକ ଲୋକେ ।
ବାଲେଶ୍ୱରରେ ଗମ୍ଭର ରୂପ ନେଉଛି ବନ୍ୟା। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି। ବିଶେଷକରି ବିପଦ ସଂକେତ ଉପରେ ଥିବା ଜଳକା ନଦୀର ବନ୍ଧ ଭାଙ୍ଗି ଯାଇଛି ।