ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ସଦର ତହସିଲ ଅଫିସ ଫାଟକ, ବୁଡ଼ାଗୁଡ଼ା ଠାରେ ଥିବା ରାସ୍ତା ର୍ନିମାଣ କରିଥିବା ଠିକା ସଂସ୍ଥାର ଗୋଟିଏ ଟ୍ରକ ପୋଡ଼ି ଦେବା ଘଟଣାରେ ଆଜି ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।
କନ୍ଧମାଳ ଜିଲ୍ଲା କୋଟଗଡ ଥାନା ଅଧିନ ରଢ଼ିଗୁମା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଲାଗିଛି ମାଓ ବ୍ୟାନର । ସିପିଆଇ ମାଓବାଦୀ ବାଘୁନା ଡିଭିଜନାଲ କମିଟି ପକ୍ଷରୁ ଏହି ବ୍ୟାନର ଲାଗିବା ସହ ଭୋଟ ବର୍ଜନ କରିବାକୁ ଆହ୍ୱାନ ଦିଆଯାଇଛି । ମାଓ ବ୍ୟାନର ଦେଖି ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି ।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ମାଓ ପୋଷ୍ଟର । ନିର୍ବାଚନକୁ ବିରୋଧ କରି ମାଓବାଦୀମାନେ ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି ।ନିର୍ବାଚନ ପାଇଁ ଦାଖଲ ହୋଇଥିବା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ଏଥିରେ ଚେତାବନୀ ଦିଆଯାଇଛି ।
ପୁଣି ଡରାଇଲେ ମାଓବାଦୀ । ଚାରିଆଡ଼େ ମାରିଲେ ବ୍ୟାନର ପୋଷ୍ଟର । ପ୍ରଶାସନକୁ ଦେଲେ ଚେତାବନୀ । ନବରଙ୍ଗପୁର ଝରିଗାଁ-ଚନ୍ଦାହାଣ୍ଡି ରାଜ୍ୟ ରାଜପଥରେ ଥିବା ସିଙ୍ଗାଡି ଘାଟି ଠାରେ ମାଓ ପୋଷ୍ଟର ଓ ବ୍ୟାନର ।