ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ହୋଇପାରେ କାଳବୈଶାଖୀ ବର୍ଷା। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ପୂର୍ବାନୁମାନ କରିଛି। ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡିଶାରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ସକାଳ ସମୟରେ ଖରା ହେବା ସାଙ୍ଗକୁ ଅପରାହ୍ନରେ କାଳବୈଶାଖୀ ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ମଧ୍ୟ କମ୍ ହୋଇପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। […]