• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mizoram

Myanmar Army Aircraft Crash
ରନୱେରେ କ୍ରାସ୍‌ ହେଲା ସେନା ଏୟାରକ୍ରାଫ୍ଟ, ୬ ସେନା କର୍ମଚାରୀ ଗୁରୁତର

ମିଆଁମାର ସେନା ସେମାନଙ୍କ ସୈନିକଙ୍କୁ ନେଇ ଯାଉଥିବା ବେଳେ ଲିଙ୍ଗପୋଇ ବିମାନବନ୍ଦର ରନୱେରେ ଏହି ଅଘଟଣ ଘଟିଛି।

Baryl Vanneihsangi
ରେଡିଓ ଜକି ଛାଡ଼ି ଲଢ଼ିଲେ ନିର୍ବାଚନ, ଏବେ ହେଲେ ସର୍ବକନିଷ୍ଠ ବିଧାୟିକା

୩୨ ବର୍ଷିୟା ବରିଲି ଜୋରାମ ପିପୁଲ୍ସ ମୁଭ୍‌ମେଣ୍ଟ ( ଜେପିଏମ୍) ପାର୍ଟିରୁ ନିର୍ବାଚନ ଲଢ଼ୁଥିଲେ। ଆଇଜଲ୍ ସାଉଥ୍-୩ ବିଧାନସଭା ଆସନରୁ ସେ ବିଜୟୀ ହୋଇଛନ୍ତି। ଜଣେ ରେଡିଓ ଜକି ଭାବେ ବରିଲି ତାଙ୍କ କ୍ୟାରିଅର ଆରମ୍ଭ କରିଥିଲେ।

Mizoram Counting Day Changed
ବଦଳିଲା ମିଜୋରାମ୍ ଫଳ ଘୋଷଣା ତାରିଖ, ୩ ବଦଳରେ ୪ରେ ହେବ ଘୋଷଣା

୪୦ ବିଧାନସଭା ଆସନ ବିଶିଷ୍ଟ ମିଜୋରାମରେ ନଭେମ୍ବର ୭ ତାରିଖରେ ଭୋଟ୍ ଗ୍ରହଣ ହୋଇଥିଲା। ଅନ୍ୟ ୪ ରାଜ୍ୟ ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ ଓ ତେଲେଙ୍ଗାନା ସହ ମିଜୋରାମର ମଧ୍ୟ ରେଜଲ୍ଟ ଡିସେମ୍ବର ୩ରେ ଆସିବାର ଥିଲା ।

Earthquake
ମିଜୋରାମ ସମେତ ଭୂକମ୍ପରେ ଥରିଲା ଏହିସବୁ ରାଜ୍ୟ

ମିଜୋରାମର ଚମ୍ପାଇ ନିକଟରେ ଆଜି ଅପରାହ୍ଣରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଭାରତ-ମିଆଁମାର ସୀମାବର୍ତ୍ତୀ ଚମ୍ପାଇର ଦକ୍ଷିଣ-ପୂର୍ବରେ ୫୮ କି.ମି. ଦୂରରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା।

Assam Mizoram Border Clash
୧୩ ଗୁଳି ଖାଇବା ପରେ ବି ଜୀବିତ ଅଛନ୍ତି ଯବାନ

ସେପଟେ ଜେହେରୁଲ ଇସଲାମ୍‌ ନାମକ ଜଣେ ପୋଲିସ କର୍ମୀ ୧୩ଟି ଗୁଳି ଖାଇବା ପରେ ମଧ୍ୟ ଏବେ ବି ଜୀବିତ ଅଛନ୍ତି। ଗୁଳି ବାଜିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଆଉ ଏବେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ଜେହେରୁଲ୍‌। ତେବେ ଡାକ୍ତର କହିଛନ୍ତି ଯେ, ବର୍ତ୍ତମାନ ସମୟରେ ବି ତାଙ୍କ ଦେହରେ ଗୁଳି ରହିଛି। ଆଉ ଖୁବଶୀଘ୍ର ଅପରେସନ୍‌ ହୋଇ ଗୁଳି ବାହାର କରାଯିବ। ଆଉ ଆସାମ ପୋଲିସରେ କାର୍ଯ୍ୟରତ ଥିବା ଏହି ଦୁଇ ଯୱାନଙ୍କୁ ନେଇ ଏବେ ଜୋରସୋରରେ ଚର୍ଚ୍ଚା ଚାଲିଛି। କାରଣ ଜଣେ ଦେଶ ପାଇଁ ସହୀଦ୍‌ ହୋଇଯାଇଥିବା ବେଳେ ଆଉ ଜଣେ ୧୩ ଗୁଳି ଖାଇ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି।

Assam declared ‘disturbed area’
ଆସାମ ଓ ମିଜୋରାମ ସୀମାରୁ ହଟିବେ ଉଭୟ ରାଜ୍ୟର ପୋଲିସ ଫୋର୍ସ, ମୁତୟନ ହେବେ କେନ୍ଦ୍ରୀୟ ଫୋର୍ସ

ଆସାମ ଓ ମିଜୋରାମ ସୀମାରୁ ହଟିବେ ଉଭୟ ରାଜ୍ୟର ପୋଲିସ ଫୋର୍ସ । ସୀମା ବିବାଦର ସ୍ଥାୟୀ ସମାଧାନ ହେବା ପର୍ଯ୍ୟନ୍ତ ସେଠାରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ ।

Assam-Mizoram border dispute
କାହିଁକି ଆସାମ-ମିଜୋରାମ ମଧ୍ୟରେ ଲାଗିରହୁଛି ସୀମା ବିବାଦ

୧୯୭୨ରେ ଅରୁଣାଚଳପ୍ରଦେଶକୁ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ଦିଆଯିବା ବେଳେ ୧୯୮୭ରେ ଏହା ପୂର୍ଣ୍ଣ ରାଜ୍ୟର ମାନ୍ୟତା ପାଇଥିଲା। ସେହିପରି ଆସାମକୁ ଭାଗ ଭାଗ କରି ନୂଆ ରାଜ୍ୟ ଗଠନ କରାଯାଇଥିଲା। ୧୯୬୩ରେ ନାଗାଲ୍ୟାଣ୍ଡ, ୧୯୭୨ରେ ମେଘାଳୟ, ୧୯୮୭ରେ ମିଜୋରାମକୁ ରାଜ୍ୟର ମାନ୍ୟତା ମିଳିଥିଲା। ନାଗା, ଖାସି, ଗାରୋ ଓ ମିଜୋଙ୍କ ରାଜନୈତିକ ଅଭିଳାଷା ପୂରଣ ଲାଗି ଏହି ପଦକ୍ଷେପ ନେଇଥିଲେ କେନ୍ଦ୍ର ସରକାର। ଜାତି, ଓ ସଂପ୍ରଦାୟ ଭିତ୍ତିରେ ରାଜ୍ୟଗଠନ ଏହି ଅଞ୍ଚଳକୁ ସ୍ୱତନ୍ତ୍ର ରାଜନୈତିକ ମାନ୍ୟତା ତ ଦେଇଥିଲା ମାତ୍ର ରାଜ୍ୟ ରାଜ୍ୟ ମଧ୍ୟରେ ସୀମା ନିର୍ଦ୍ଧାରଣ ଠିକରେ ହୋଇନଥିବାରୁ ନୂଆ ବିବାଦର ସୂତ୍ରପାତ ହୋଇଥିଲା।

assam-mizoram
ଆସାମ-ମିଜୋରାମ ସଂଘର୍ଷ: ଶାନ୍ତି ବଜାୟ ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅପିଲ୍‌

ଉଗ୍ରରୂପ ଧାରଣ କରିଛି ଆସାମ-ମିଜୋରାମ ସୀମା ବିବାଦ। ଉଭୟ ରାଜ୍ୟର ପୋଲିସ ମଧ୍ୟରେ ଗୁଳିବିନି ମୟ ଘଟି ଆସାମ ପୋଲିସର ୬ ଯବାନ ପ୍ରାଣ ହରାଇଛନ୍ତି। ୮୦ରୁ ଅଧିକ ଆହତ ହୋଇଛନ୍ତି। ମିଜୋରାମ ପୋଲିସ ଲାଇଟ୍ ମେସିନ୍ ଗନ୍ ବ୍ୟବହାର କରିଥିବା ଅଭିଯୋଗ ଆସୁଛି। ଏଥିରୁ ସ୍ଥିତି କେତେ ସଂଗୀନ ତାହା ବୁଝା ପଡୁଛି

Assam-mizoram dispute
ଆସାମ-ମିଜୋରାମ ସୀମାରେ ସଂଘର୍ଷ: ଆରମ୍ଭ ହେଲା ତଦନ୍ତ

ଗତକାଲି ଆସାମର କାଚାର ଜିଲ୍ଲା ଲୀଳାପୁର ଗାଁ ଓ ମିଜୋରାମ୍ କୋଲାସିବ ଜିଲ୍ଲାର ବୈରେଙ୍ଗତେ ଗାଁର ଲୋକଙ୍କ ମଧ୍ୟରେ ଗଣ୍ଡଗୋଳରୁ ଘଟଣା ଉଗ୍ର ରୂପ ନେଇଥିଲା। ଗଣ୍ଡଗୋଳରେ ଆସାମ ପୋଲିସର ୬ ଜଣ ଯବାନ ପ୍ରାଣ ହରାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି। ଏହାସହ ସେ ମେଡିକାଲରେ ଚିକିତ୍ସା ହେଉଥିବା ପୋଲିସଙ୍କୁ ଯାଇ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି