ସଂକଳ୍ପ ପତ୍ରରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରା କରିଛୁ, କରିବୁ ମଧ୍ୟ । ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ ।
ମୋହନ ସରକାରକୁ ପୂରିଲା ୧୦୦ ଦିନ । ଏଥିପାଇଁ ପୁରୀରେ ବିଜେପି ପକ୍ଷରୁ ଭବ୍ୟ କାର୍ଯ୍ୟକ୍ରମ କରାଯାଇଛି । ଲୋକଙ୍କ ପାଖରେ ଉପଲବ୍ଧି ପହଞ୍ଚାଇବାକୁ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଜିଲ୍ଲା, ନିର୍ବାଚନ ମଣ୍ଡଳୀରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।
ବାଲେଶ୍ବର ବନ୍ୟାସ୍ଥିତି ଗମ୍ଭୀର। ପାଣି ଘେରରେ ବାଲିଆପାଳ, ଭୋଗରାଇ, ବସ୍ତା, ଜଳେଶ୍ବର ଓ ସଦର ବ୍ଲକର ଶହ ଶହ ଗାଁ, ଲୋକଙ୍କ ଜୀବନ ଦୁର୍ବିଃସହ ହୋଇ ପଡିଛି। ପୂର୍ଣ୍ଣମୀ ପାଇଁ ପାଣି ଛାଡୁନଥିବାରୁ ବଢ଼ିଛି ବିପନ୍ନଙ୍କ ସମସ୍ୟା।
ବାଲେଶ୍ୱର ଜିଲ୍ଲାରେ ବନ୍ୟାସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମୀକ୍ଷା ପରେ ସ୍ଥିତି ଉଦବେଗଜନକ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଆକାଶ ମାର୍ଗରୁ ବାଲେଶ୍ୱର ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପରେ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ବୈଠକ ।
ଓଡ଼ିଶାର ଦୁଇଟି ବନ୍ଦେ ଭାରତ ସମେତ ମୋଟ ୬ଟି ବନ୍ଦେ ଭାରତର ଆଜି ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି । ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଟଙ୍କା ଆକାଉଣ୍ଟକୁ ଯିବ ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପନ କରିଛନ୍ତି। ପ୍ରାଥମିକ ଭାବେ ମିଳିଥିବା ସିଏଜି ତଥ୍ୟ ଅନୁଯାୟୀ, ପୁରୀର ତତ୍କାଳୀନ ଜିଲ୍ଲାପାଳଙ୍କ ପାଇଁ ୮ କୋଟି ଟଙ୍କା କ୍ଷତି ହୋଇଛି ।
ବଢିଲା ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ରାଶି। ଦୁର୍ଘଟଣାରେ ମୃତ୍ୟୁ ହେଲେ ପରିବାର ଲୋକଙ୍କୁ ମିଳିବ ୬ ଲକ୍ଷର ସହାୟତା ରାଶି।
ସମଲେଶ୍ୱରୀ ମନ୍ଦିର ପରିସରରେ ଜମିଲା ସ୍ୱତନ୍ତ୍ର ନୂଆଁଖାଇ ଆସର। ନୂଆଁଖାଇ ଉତ୍ସବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟ।
ଆଉ ବେଶି ଦିନ ନୁହେଁ, ଖୁବଶୀଘ୍ର ମହିଳାଙ୍କ ଆକାଉଣ୍ଟଙ୍କୁ ଯିବ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା । ତାପୂର୍ବରୁ ଆଜିଠୁ ରାଜ୍ୟରେ ଗଡ଼ିଛି ସଚେତନତା ରଥ ।
ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗୁରୁଦିବସ ଅବସରରେ ଓଟିଭିକୁ ସ୍ୱତନ୍ତ୍ର ସାକ୍ଷାତକାର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଖାଇ ଅବସରରେ ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।
ମଡେଲ୍ ସ୍କୁଲ୍ ଗୁଡ଼ିକର ନାଁ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏମିତି ୫୦୦ ସ୍କୁଲ ବିକଶିତ କରାଯିବ ।
ସବୁ ଜନସେବା କେନ୍ଦ୍ର ଓ ଡାକଘରେ ଅସମ୍ଭବ ଗହଳି । ଅଧୈର୍ଯ୍ୟ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ଅପିଲ୍ । ଫର୍ମ ଦାଖଲର ନାହିଁ ଶେଷ ତାରିଖ: ପ୍ରଭାତୀ ।
ରାଜ୍ୟରେ ୧ କୋଟି ସଦସ୍ୟ ସଂଗ୍ରହ ପାଇଁ କର୍ମକର୍ତ୍ତାଙ୍କୁ ଅହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଲୋକଙ୍କୁ ତ୍ୱରିତ୍ ନ୍ୟାୟ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି । ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବାବୁ ମାନଙ୍କ ସରକାରୀ କ୍ୱାର୍ଟର ମରାମତିରେ ଖର୍ଚ୍ଚ ହୋଇଛି ଲକ୍ଷ ଲକ୍ଷ ଟଙ୍କା। ବିଧାନସଭାରେ କଂଗ୍ରେସ ବିଧାୟକ ପବିତ୍ର ସାଉଣ୍ଟାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ। ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ରଖି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଓଡ଼ିଶାରେ ପ୍ରତିଷ୍ଠା ହୋଇନପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି ।
‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେବ ପଞ୍ଜିକରଣ। ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସାକ୍ଷରତା ଓ ପ୍ରାଥମିକ ଶିକ୍ଷା ବର୍ତ୍ତମାନ ଏକ ସମସ୍ୟା ହୋଇନାହିଁ। ଆମେ ଯୁବବର୍ଗଙ୍କୁ କିଭଳି ସାଧାରଣ ଶିକ୍ଷା ପରେ ଦକ୍ଷତା ବୃଦ୍ଧି କରିବା ତାହା ଉପରେ ଅଧିକ ଧ୍ୟାନ ଦେବାକୁ ପଡିବ।
ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ ।
ରାଜ୍ୟର ଆର୍ଥିକ ଅନଗ୍ରସର ପରିବାରର ମହିଳାଙ୍କ ପାଇଁ ଆସିଲା ଖୁସି ଖବର। ଚଳିତ ଆର୍ଥିକ ବର୍ଷରୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ବହୁ ପ୍ରତିକ୍ଷୀତ ତଥା ବହୁ ଚର୍ଚ୍ଚିତ 'ସୁଭଦ୍ରା' ଯୋଜନା।