ପାଗ ଅନୁକୂଳ ରହିଥିବାରୁ ଆଜି ଓ ଆସନ୍ତାକାଲି ମଧ୍ୟରେ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ଆଶା କରାଯାଉଛି।
ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସାରା ରାଜ୍ୟରେ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। Southwest…