ସ୍କୁଲ୍ ଖୋଲିବା ନେଇ ସ୍ଥିତି ଦେଖି ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଥିଲା।
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।
ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଥିଲେ, ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୬ଟା ୩୦ରୁ ଦିନ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ । ଏହି ସମୟକୁ ସାମନ୍ୟ ପରିବର୍ତ୍ତନ କରାଯାଇଛି । ୧୦ ଟା ନୁହେଁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ ।
ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।
ଭୁବନେଶ୍ୱର: ଆଜିଠୁ ସକାଳୁଅ ସ୍କୁଲ ଆରମ୍ଭ ହୋଇଛି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ସକାଳୁ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ମାର୍ଚ୍ଚ ମାସ ଅଧାରୁ ହିଁ ପ୍ରବଳ ଗରମ ହୋଇଥିଲା। କିଛି ଦିନ ଧରି ଲଗାତର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲା। ତେଣୁ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସକାଳୁ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏହା ସହିତ ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା କରିବାକୁ […]