୧୨ ବର୍ଷର କଠିନ ତପସ୍ୟା ପରେ ଜଣେ ସାଧୁଙ୍କୁ ନାଗାର ସଜ୍ଞା ପ୍ରାପ୍ତ ହୋଇଥାଏ । ଏହି ପଦବୀ ପାଇବା ପରେ ଆଖଡ଼ାର ଦାୟିତ୍ୱବାନ ଅଧିକାରୀ ହୋଇଯାଆନ୍ତି ନାଗା ସାଧୁ । ବୈଷ୍ଣବ ଆଖଡ଼ାର ପରମ୍ପରା ଅନୁସାରେ ରକମୀ ସାଧୁଙ୍କୁ ନିଜର ବଡ଼ ବନ୍ଦଗିଦାରଙ୍କ ଠାରୁ ଆରମ୍ଭ କରି ମହାଅତୀତ ସାଧୁଙ୍କ ସେବା କରିବାକୁ ପଡ଼େ । ବନ୍ଦଗୀଦାର କୋଠି ଓ ଭଣ୍ଡାରର ବ୍ୟବସ୍ଥା କରନ୍ତି, ବାଡ଼ି ଉଠାଇବା ଓ ଶାସ୍ତ୍ରର ଶିକ୍ଷା ଗ୍ରହଣ କରିବା ତାଙ୍କର କାର୍ଯ୍ୟ ହୋଇଥାଏ । ସେମାନେ ମନ୍ଦିରର ଦେଖାରଖା ସହ ଖାଦ୍ୟବ୍ୟବସ୍ଥା ମଧ୍ୟ ଦେଖନ୍ତି ।
ଗତକାଲି ରାଜଧାନୀ ଭୁବନେଶ୍ୱର ରଘୁନାଥପୁର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ନାଗା ବେଶଧାରୀ କିଛି ଭଣ୍ଡବାବା ଭଜନ କୀର୍ତ୍ତନ ଆଳ ଦେଖାଇ କଳାକନା ବୁଲାଇ ଚମ୍ପଟ ମାରିଥିଲେ। ଆଉ କାଲିର ଖବର ଗଣମାଧ୍ୟମରେ ଜଣାପଡ଼ିବା ପରେ ଆଜି ଏମାନଙ୍କୁ ସନ୍ଦେହ କରି ଲୋକେ ନିଜଆଡୁ ପୋଲିସକୁ ଖବର ଦେଇଦେଇଛନ୍ତି।
କୌଣସି ଅଲୌକିକ କି ଦିବ୍ୟ ଚମତ୍କାର ନୁହେଁ, ଦେଖାଇଛନ୍ତି 'ଚୌର୍ଯ୍ୟ ବୃତ୍ତିରେ ଚମତ୍କାରିତା'। ନାଗା ସାଧୁ ବେଶରେ ଆସି ଲୁଟିନେଲେ ସୁନାଗହଣା।
ତପୋଭୂମୀ ଖଣ୍ଡଗିରି ପାଦଦେଶରେ ଆରମ୍ଭ ହୋଇଛି ପ୍ରସିଦ୍ଧ ମାଘ ମେଳା। ଯେଉଁଠି ଭଳିକି ଭଳି ସାଧୁ ସନ୍ଥଙ୍କ ସମାଗମ ହୋଇଛି। ହୋମଯଜ୍ଞ ଓ ନାମ ସଂକୀର୍ତ୍ତନରେ ଚଉଦିଗ କମ୍ପୁଛି।
ଖଣ୍ଡଗିରି ମେଳାକୁ କାଶୀ, ଉଜ୍ଜୟିନୀ, ଗୁଜରାଟରୁ ବହୁ ନାଗା ବାବା ଆସିଛନ୍ତି।