ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୧୧ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ନବରଙ୍ଗପୁର, କଳାହାଣ୍ଡି, କଟକ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧାରେ ସକାଳ ୮ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ […]
ଭୁବନେଶ୍ୱର: ତାତିରୁ ସାମାନ୍ୟ ତ୍ରାହି। ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ଫଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଆଜି ବି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏସବୁ ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, […]
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଉପକୂଳ ଓଡ଼ିଶାରେ ସ୍ଥିତି ଟିକେ ନିୟନ୍ତ୍ରଣାଧୀନ ଥିବାବେଳେ ପଶ୍ଚିମ ଓଡ଼ିଶାରେ ଏହା ଅସମ୍ଭାଳ। ତେବେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଶନିବାର ଠାରୁ ଟିକେ ଆଶ୍ୱସ୍ତ ମିଳିବ। ସାରା ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ କାଲିଠାରୁ ତିନିରୁ ଚାରି ଦିନ ପର୍ଯ୍ୟନ୍ତ କମ୍ ତାତି ଅନୁଭୂତ ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ […]
ଭୁବନେଶ୍ୱର: ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା। ଏନେଇ ଆଜି ସାଢ଼େ ୨ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ବେଳେ ୫୦ରୁ ୬୦ କିମି ବେଗରେ ପବନ ବହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ କାଳବୈଶାଖୀ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।