ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ।
ବିରୋଧୀଙ୍କ ପ୍ରବଳ ଚାପ ପରେ ଶେଷରେ ୟୁ-ଟର୍ଣ୍ଣ ମାରିଲେ ସରକାର । ବିରୋଧୀ ଦଳ ନେତାଙ୍କ ପ୍ରତି ଦିଆଯାଇଥିବା 'ମେଣ୍ଟାଲ୍ ଡିଜ୍ଅର୍ଡର' ମନ୍ତବ୍ୟକୁ ଗୃହ ବିବରଣୀରୁ ବାଦ୍ ଦିଆଯାଇଛି । ତେବେ ଦୁଇ ବିଜେପି ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର ହୋଇନଥିବାରୁ ବିଧାନସଭାରେ ହଟ୍ଟଗୋଳ ଜାରି ରହିଛି । ଏନେଇ ବିରୋଧୀ ବିଜେପି ଗୃହରେ ହଙ୍ଗାମା କରିବା ସହିତ ଉଭୟ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କୁ ଟାର୍ଗେଟ୍ କରିଛି ।
୨ ବିଧାୟକଙ୍କୁ ସସ୍ପେଣ୍ଡ ନେଇ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପ୍ରତିକ୍ରିୟା ।
ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗିଲେ ବିଜେପି ବିଧାୟକ । କଡ଼ା ପ୍ରତିକ୍ରିୟା ଦେଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।
ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗିଲେ ବିଜେପି ବିଧାୟକ ।
ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ଗତ ୪ ତାରିଖରେ ଅସୁସ୍ଥତା ପାଇଁ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ବାଚସ୍ପତି ନିର୍ବାଚନର ଆବଶ୍ୟକତା ପଡ଼ିଥିଲା । ଗତ ଶୁକ୍ରବାର ଦିନ ବିଧାୟକ ବିକ୍ରମ କେଶରୀ ଆରୁଖ ଏଥିପାଇଁ ନାମାଙ୍କନ ଦାଖଲ କରିଥିଲେ । ଯାହା ପରେ ଏବେ ବିକ୍ରମ କେଶରୀ ଆରୁଖ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି, ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...
ଆଜି ବାଚସ୍ପତି ନିର୍ବାଚନ । ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଥିବାର ସୂଚନା।