ବିଧାନସଭା ଆରମ୍ଭରୁ ଗେଟ୍ରେ ତାଲା ପକାଇଲା କଂଗ୍ରେସ : ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବି କରି ପକାଇଲା ତାଲା
ଶୀତ ଅଧିବେଶ ହେବ ଗରମ : ଶାସକଦଳକୁ ଘେରିବାକୁ ପ୍ରସ୍ତୁତ ବିରୋଧୀ…
ବିଧାନସଭା ଆରମ୍ଭରୁ କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭାର ପ୍ରବେଶ ଦ୍ୱାରରେ ବସି କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି।
କୋଭିଡ କଟକଣା ଭିତରେ ଚାଲିବ ବିଧାନସଭା । ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ ବୋଲି ସୂଚନ ଦିଆଯାଇଛି ।
ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ହେଉ କି ପ୍ରଶ୍ନକାଳ ଏସବୁ ସମୟରେ ଆଉ ଚଳିବନି ବିରୋଧୀଙ୍କ ବିଶୃଙ୍ଖଳିତ ଆଚରଣ । ଏସବୁ ନକରିବାକୁ ବାଚସ୍ପତି ସମସ୍ତ ବିଧାୟକଙ୍କୁ ଅବଗତ କରିଛନ୍ତି ।
ପ୍ରଶ୍ନକାଳ ସମୟରେ, ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏନେଇ ସୂଚନା ଦେଇଛନ୍ତି।
ମୁଁହରେ କଳା ପଟି , ହାତରେ କଳା ପତାକା ଧରି କନିଷ୍ଠ ଶିକ୍ଷକଙ୍କ ନାରାରେ କମ୍ପିଲା ବିଧାନ ସଭା। ବିଧାନସଭାକୁ ଧସେଇ ପଶିବାକୁ ଶିକ୍ଷକ ଆଶାୟୀଙ୍କ ଉଦ୍ୟମ। ଯୋଗ୍ୟତା ସତ୍ତ୍ୱେ ଚାକିରି ମିଳୁନଥିବା ଅଭିଯୋଗ ।ପୁଣି ଡ୍ରାଇଭର ଓ ପରିବହନ କର୍ମଚାରୀଙ୍କ ରଣହୁଙ୍କାର
ରାଗିଗଲେ ବିଧାୟକ ସୁର ରାଉତରାୟ.. ମମିତା ହତ୍ୟା ମାମଲାରେ ରାଜ୍ୟ ସରକାରଙ୍କୁ ବିରୋଧ କରିବାରୁ କଂଗ୍ରେସ କର୍ମୀଙ୍କ ଉପରେ ଆକ୍ରମଣ ହେବା ନେଇ ରାଗିଯାଇଛନ୍ତି ସୁର.. ସେପଟେ ବିଧାୟକ ସାଲୁଜାଙ୍କ ପ୍ରସ୍ତାବକୁ ବି ସେ ସମର୍ଥନ କରିଛନ୍ତି । ଶୁଣନ୍ତୁ ସୁର କଣ କହୁଛନ୍ତି
ଡିସେମ୍ବର ୧ରୁ ୩୧ ପର୍ଯ୍ୟନ୍ତୁ ଚାଲିବ ଶୀତକାଳୀନ ଅଧିବେଶନI ଅଧିବେଶନ ରେ ୨୬ଟି କାର୍ଯ୍ୟଦିବସ, ୫ଟି ଛୁଟି ଦିବସ
ଡିସେମ୍ବର ୨୫ ଓ ୨୬ ଦୁଇ ଦିନ ଛୁଟି ରହିବ। ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟା ଓ ସେକ୍ସ ସ୍କାଣ୍ଡାଲ, ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟହେବା ଓ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରାଇବ।
ଦୁଷ୍ମନ୍ତ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିକୁ ପୁଣି ଦୋହରାଇଛି ବିଜେପି। ଆଜି କେତେକ ଅସମାହିତ ପ୍ରଶ୍ନ ଉଠାଇ ଏହାର ଜବାବ ମାଗିଛନ୍ତି ବରିଷ୍ଠ ନେତା ମନମୋହନ ସାମଲ। ସେ ଅଭିଯୋଗ କରିଛନ୍ତି- ରାତିରେ ଦୁଷ୍ମନ୍ତଙ୍କ ପୋଷ୍ଟମର୍ଟମ କଲେ, ହେଲେ ଗାଁକୁ ଶବ କାହିଁକି ନେଲେ ନାହିଁ। ତାଙ୍କ ଝିଅ ନାଁରେ ୩୦ ଲକ୍ଷ ଓ ପରିବାର ସଦସ୍ୟଙ୍କୁ ୨୦ ଲକ୍ଷ ମିଳୁ। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରନ୍ତୁ।
ଗତ ୮ ତାରିଖରେ ଜଗତସିଂହପୁର କୁଜଙ୍ଗର ଦୁଷ୍ମନ୍ତ ଦାସ ବିଧାନସଭା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ହାତ କାଟି ବିଷ ପିଇବା ପରେ ତାଙ୍କର ଅବସ୍ଥା ଗୁରୁତର ହୋଇପଡିଥିଲା। ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଦୁଷ୍ମନ୍ତ ଦାସଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଘେରିଛନ୍ତି ବିରୋଧି।
୭ ଜଣିଆ ଡାକ୍ତରୀ ଟିମ୍ ଦ୍ୱାରା ହୋଇଥିବା ତଦନ୍ତ ରିପୋର୍ଟ ଦିଆଯାଇଛି ୬ ତାରିଖରେ ଦୁଷ୍ମନ୍ତଙ୍କୁ ତାଙ୍କ ଇଚ୍ଛାରେ ଡିସଚାର୍ଜ ରେଫର କରାଯାଇଥିଲା।
ଚିକିତ୍ସା ଅବହେଳାରୁ ଆତ୍ମହତ୍ୟା କରିଥିବା ଦୁଷ୍ମନ୍ତ ମୃତ୍ୟୁ ମାମଲାରେ ଏସସିବି ମେଡିକାଲ କଲେଜ ପକ୍ଷରୁ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଅଧୀକ୍ଷକ ପ୍ରଫେସର ଲୁସି ଦାସଙ୍କ ନେତୃତ୍ୱରେ ଗଠିତ ୭ ଜଣିଆ ଟିମ୍ ଏହାର ରିପୋର୍ଟ ସରକାରଙ୍କୁ ଦେଇଛନ୍ତି ।
ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କୁ ବିଜେଡିର ସଂସଦୀୟ ଦଳ ଭେଟି ଏ ପ୍ରସଙ୍ଗ ଉଠାଇଥିଲେ। ସେହିପରି ବିଜେଡି ତରଫରୁ ସାମ୍ବାଦିକ ସମ୍ମିଳନୀ କରି ଏହି ପ୍ରସଙ୍ଗ ଉଠାଯାଇଥିଲା। ବିଜେଡିର ଦାବି ହେଲା, ଏ ବ୍ୟବସ୍ଥା ଦ୍ୱାରା ପଛୁଆ ବର୍ଗଙ୍କୁ ସାମାଜିକ ନ୍ୟାୟ ମିଳିବ।
୫ଟି ମୁଲତବୀ ପ୍ରସ୍ତାବ ମଧ୍ୟରୁ ୩ଟି ପ୍ରସ୍ତାବକୁ କଂଗ୍ରେସର ସହାୟତା ନେଇ କରେଇ ଦେଲେ ନାହିଁ ଶାସକ ଦଳ। ୫ଟି ମୁଲତବି ପ୍ରସ୍ତାବ ଆଣିଥିଲା ବିଜେପି, ମାତ୍ର କଂଗ୍ରେସ ବାଧକ ସାଜିଲା। କଂଗ୍ରେସ ହେଉଛି ବିଜୁ ଜନତା ଦଳର ବି ଟିମ୍ ବୋଲି ବିଜେପି କହିଛି। କାଲିଠୁ ଖଣି ଦୁର୍ନୀତି ଆସିଛି, ବାଚସ୍ପତି ଆଲୋଚନା ଅଗ୍ରାହ୍ୟ କରିଦେଲେ।
ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରି ପ୍ରାଣ ହରାଇଥିବା କୁଜଙ୍ଗର ଦୁଷ୍ମନ୍ତ ଦାସଙ୍କ ପ୍ରସଙ୍ଗ ଏବଂ ଖଣି ଦୁର୍ନୀତି କଥା ଉଠାଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ।
ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଦୁଷ୍ମନ୍ତ ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିବା ପରେ ତତ୍ପର ହୋଇପଡ଼ିଛି ପ୍ରଶାସନ। ବଞ୍ଚିଥିବାବେଳେ ତାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ ଆଣିଥିଲେ ନିଜେ ଦୁଷ୍ମନ୍ତ ଓ ତାଙ୍କ ପରିବାର। ହେଲେ ଏବେ ପରିବାରକୁ ଛୁଟୁଛି ସହାୟତାର ସୁଅ।
ବିଧାନସଭା ଆଗରେ ହାତକାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ: ତରବରିଆ ଭାବେ ରାତି ଅଧରେ ଦୁଷ୍ମନ୍ତଙ୍କ ଶବ ବ୍ୟବଚ୍ଛେଦ କରାଗଲା। ପୋଲିସ ଏସ୍କର୍ଟରେ ଶବକୁ ଗାଁକୁ ପଠାଇ ଦିଆଗଲା। ହେଲେ ଏତେ ତରବର ପ୍ରଶାସନ କାହିଁକି ?
ଅଭିଯୋଗ କଲେ, ଜୀବନ ହାରିଲେ। କଟକ ବଡ଼ ମେଡିକାଲରେ ଚିକିତ୍ସା ଅବହେଳା ଅଭିଯୋଗ କରି ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ହୋଇଛି। SCBରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଯୁବକ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଅଞ୍ଚଳର ଦୁଷ୍ମନ୍ତ ଦାସ ବୋଲି ସୂଚନା ମିଳିଛି।
ବିଦ୍ୟୁତ୍ ଦରକୁ ନେଇ ସରକାରଙ୍କ ଚଞ୍ଚକତା ଅଭିଯୋଗ। ଏପ୍ରିଲରେ ହୋଇଥିବା ଦର ବଦ୍ଧିକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିବା ପରେ ରିଭ୍ୟୁ ପିଟିସନ ଦାଖଲ ପାଇଁ ପ୍ରତିଶ୍ରୁତି ଦେଇଥିଲେ ବିଭାଗୀୟ ମନ୍ତ୍ରୀ
ବିଧାନସଭାରେ ପାରିତ ହେଲା ଓଡ଼ିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍ । ବିଲ୍ ଅନୁସାରେ ମୋଟ୍ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବା ନେଇ ସୂଚନା ମିଳିଛି।
ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଶିକ୍ଷକ ପଦବୀ। ଆଜି ବିଧାନସଭାରେ ବିଧାୟକ ଅମର ପ୍ରସାଦ ଶତପଥୀ ପଚାରିଥିବା ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ରଖିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ
ବିଧାନସଭା ଅଚଳ। ଆଜି କୌଣସି ଗୃହକାର୍ଯ୍ୟ ହୋଇପାରିନାହିଁ। ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରାଉ କରିଛନ୍ତି ବିଜେପି ଓ କଂଗ୍ରେସ ବିଧାୟକ। କଂଗ୍ରେସର ଖଣି ସଂପର୍କିତ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ଗୃହରେ ହଙ୍ଗାମା ହୋଇଥିଲା।
ପୌର ଭୋଟ୍ ବାଟ ସଫା। ବିଧାନସଭାରେ ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍ ପାରିତ। ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଲା। ବିଲ ଅନୁଯାୟୀ ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ।