ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ହୋଇଛି ‘ଯଶୋଦା’ । ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି ।
ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ।
ରାଜ୍ୟ ବଜେଟ ଫୋକସ୍ରେ ୨୦୨୪ ନିର୍ବାଚନ ଭୋଟରଙ୍କୁ ଆକୃଷ୍ଠ ଲାଗି କେତେକ ଫ୍ଲାଗ୍ସିପ୍ ପ୍ରୋଗ୍ରାମକୁ ଗୁରୁତ୍ୱ ଦେଇଛନ୍ତି ଅର୍ଥମନ୍ତ୍ରୀ ।