ସେହିପିରି ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍ ବନ୍ଦ ରହିବ କିନ୍ତୁ ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ। କାଟେଗୋରୀ ବି ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ସରକାର ସୂଚନା ଦେଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବାରୁ ଏଥିରୁ ରକ୍ଷା ପାଇବା ଲାଗି ରାଜ୍ୟ ସରକାର ନୂଆ ଗାଇଡ୍ଲାଇନ୍ସ ଜାରି କରିଛନ୍ତି। ଜାରି ହୋଇଥିବା ଗାଇଡ୍ଲାଇନ୍କୁ କଡ଼ାକଡ଼ି ପାଳନ କରିବା ଲାଗି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ସରକାରୀ ବିଭାଗ ଓ କାର୍ଯ୍ୟାଳୟରେ ସାମାଜିକ ଦୂରତା ବଜାୟ ରଖିବା ଲାଗି ସରକାରଙ୍କ ପକ୍ଷରୁ ଏହି ନିୟମାବଳୀରେ ନିର୍ଦ୍ଦେଶ ଦିଆଯାଇଛି। ଅଫିସର ସମସ୍ତ କର୍ମଚାରୀ ଓ ଅଧିକାରୀ ଡ୍ୟୁଟି ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏଥିରେ […]