ବନ୍ୟା ପାଣିରେ ବୁଡ଼ି ରହିଛି ଘର, ଗାଁରେ ସୁଅ କାଟୁଛି ପାଣି।ଜୀବନକୁ ଯେନତେନ ପ୍ରକାରେ ଲୋକ ବଞ୍ଚାଇ ଦେଇଛନ୍ତି ହେଲେ ଏବେ କେମିତି ଚଳିବେ ସେନେଇ ଚିନ୍ତା ଘାରିଛି।
ଏବେ ସୁବର୍ଣ୍ଣରେଖାରେ ବଡ଼ ବନ୍ୟାକୁ ନେଇ ଚିନ୍ତା। ପ୍ରତି ସେକେଣ୍ଡକୁ ଆସୁଥିବା ୬ ଲକ୍ଷ ଘନଫୁଟ୍ର ଜଳ ପ୍ରବାହରୁ ୨ ଜିଲ୍ଲାର ୬ଟି ବ୍ଲକ୍ରେ ସ୍ଥିତି ଅତ୍ୟନ୍ତ ଗମ୍ଭୀର ହେବାର ଆଶଙ୍କା ରହିଛି।
ବନ୍ୟା ପ୍ରପୀଡ଼ିତ ମହିଳାଙ୍କ ସମସ୍ୟା ନେଇ ଓଟିଭି ଖବର ପ୍ରସାରଣ ହୋଇଥିଲା। ବନ୍ୟା ବିପନ୍ନ କିଶୋରୀ ଓ ମହିଳାଙ୍କ ଋତୁସ୍ରାବ ଜନିତ ସମସ୍ୟାକୁ ଓଟିଭି ଦେଖାଇଥିଲା।
ଗଭୀର ଅବପାତ ଗତକାଲି ସନ୍ଧ୍ୟା ୭ଟାରୁ ୮ଟା ମଧ୍ୟରେ ଦୀଘା ଉପକୂଳ ଅତିକ୍ରମ କରିଥିଲା। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ, ଉତ୍ତର ଓଡିଶା, ଉତ୍ତର ଛତିଶଗଡ ଦେଇ ଗତି କରିବା ସହ ଉତ୍ତର ମଧ୍ୟପ୍ରଦେଶ ମୁହାଁ ହେଉଛି।
ଉତ୍ତର ଓଡିଶାରେ ଲଗାଣ ବର୍ଷା ପରିସ୍ଥିତିକୁ ଆହୁରି ସଙ୍ଗୀନ କରି ଦେଇଛି। ଏହାକୁ ଦୃଷ୍ଟିରେ ରଖି କିଛି ଜିଲ୍ଲାରେ ସ୍କୁଲ୍ ବନ୍ଦ ଘୋଷଣା ହୋଇଛି।
ବନ୍ୟା ଛାଡ଼ିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ ବନ୍ଦ ହୋଇଛି। ଗେଟ୍ ବନ୍ଦ ନେଇ ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଜଗନ୍ନାଥ ମନ୍ଦିରରେ ପଶିଲା ପାଣି, ସ୍ଥାନାନ୍ତର ହେଲେ ମହାପ୍ରଭୁ। କୋନାବିରା ଗାଁକୁ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ପାଣି ପଶିବା ଯୋଗୁ କୋନାବିରା ଜଗନ୍ନାଥ ମନ୍ଦିରରେ ପାଣି ଭର୍ତ୍ତି ହୋଇଯାଇଥିଲା।
ଜଳସ୍ତର ବି ଧୀରେ ଧୀରେ କମିବାରେ ଲାଗିଛି। ତଥାପି ସମସ୍ତେ ସତର୍କ ରହିବାକୁ SRC ପ୍ରଦୀପ ଜେନା କହିଛନ୍ତି। ମହାନଦୀରେ ଏଯାଏ ୬ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି।
ବର୍ତ୍ତମାନ ହୀରାକୁଦ ଗେଟ୍ ଆଉ ଖୋଲିବା କି ବନ୍ଦ ନେଇ ନିଷ୍ପତ୍ତି ହୋଇନି। ସ୍ଥିତି ଦେଖିଲା ପରେ ଗେଟ୍ ବନ୍ଦ କି ଖୋଲାହେବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି।
ଜୁଆ ନଦୀରେ ଗଡ଼ସାନପୁଟର ଲୋକାପାଳ ଓ ହଳଦୀଆପଡ଼ାରେ ଯେଉଁ ଘାଇ ହୋଇଥିଲା, ତାହା ୧୦୦ ମିଟର ଚଉଡା ହେଲାଣି। ଅନେକ ଲୋକ ଗାଁ ଛାଡି ନିରାପଦ ସ୍ଥାନରେ ଆଶ୍ରୟ ନେଇଛନ୍ତି।
ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ଅଞ୍ଚଳରେ ଦୟାନଦୀର ପଛୁଆ ପାଣି ପଶି ଯାଇଛି। ଫସି ରହିଥିବା ଲୋକମାନଙ୍କୁ ଓଡ୍ରାଫ୍ ଟିମ୍ ପକ୍ଷରୁ ଉଦ୍ଧାର କରାଯାଇଛି।
୩ ଦିନ ପୂର୍ବେ ବାପ, ପୁଅ ଛେଳି ଚରାଇବାକୁ ଯାଇଥିଲେ। ହଠାତ୍ ବନ୍ୟା ପାଣି ଆସିଯିବାରୁ ଉଭୟ ଫସି ଯାଇଥିଲେ।
ଆଗାମୀ ୨-୩ ଦିନ ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିବ। ବିପଦ ସଙ୍କୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ଆବଶ୍ୟକ ରିଲିଫ୍ ଓ ମୌଳିକ ସୁବିଧା ଯୋଗାଇଦେବା ପାଇଁ କୁହାଯାଇଛି।
ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହେବ।
ହୀରାକୁଦ ଡ୍ୟାମ୍ରେ ଜଳସ୍ତର ୬୨୫ ଫୁଟ୍ ଟପିଛି। ଡ୍ୟାମ୍କୁ ବନ୍ୟାଜଳ ପ୍ରବେଶ ବଢ଼ୁଥିବାରୁ ଜଳସ୍ତର ବଢ଼ିବାରେ ଲାଗିଛି।
ଆସନ୍ତା ୩ ଘଣ୍ଟା ମଧ୍ୟରେ ପିକ୍ ଛୁଇଁବ ବନ୍ୟା। ଏନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି।
ରାସ୍ତା ଉପରେ ପାଣିର ସୁଅ ଛୁଟୁଥିବା ବେଳେ ଏହା ଜାଣି ନପାରି ଗାଡ଼ି ଚାଳକ ଗାଡ଼ି ଆଗକୁ ଚଲାଇଥିଲେ। ଫଳରେ ଗାଡ଼ିଟି ପାଣିରେ ଭାସି ଯାଇଥିଲା।