• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Khabar

sambit
କରୋନା ଲକ୍ଷଣ ପରେ ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ବିଜେପି ଜାତୀୟ ପ୍ରବକ୍ତା ସମ୍ବିତ ପାତ୍ର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଠାରେ କୋଭିଡ୍-୧୯ ଲକ୍ଷଣ ଦେଖାଦେବାରୁ ତାଙ୍କୁ ଗୁରଗାଓଁରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ଗୁରଗାଓଁର ମେଦାନ୍ତ ହସ୍‌ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଥିବା ହସ୍‌ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି।। ବିଜେପି ପ୍ରବକ୍ତା ସମ୍ବିତ ପାତ୍ର ଦଳରେ ଜଣେ ଟାଣୁଆ ପ୍ରବକ୍ତା ଭାବେ ଜଣାଶୁଣା। ଜାତୀୟ ଗଣମାଧ୍ୟମଗୁଡ଼ିକରେ ଦଳ ପକ୍ଷରୁ ଖୁବ୍‌ ମଜ୍‌ଭୁତ ଭାବେ ପକ୍ଷ ରଖିବା ନେଇ […]

thunder
ବଜ୍ରପାତ ନେଲା ୪ ଜୀବନ

ଭୁବନେଶ୍ୱର: କାଳ ହେଲା ବଜ୍ରପାତ। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଟେଣ୍ଡ୍ରା ଗାଁରେ ଧାନ ବିଲରେ କାମ କରୁଥିବା ବେଳେ, ବଜ୍ରାଘାତରେ ଜଣେ ନାବାଳିକାର ମୃତ୍ୟୁ ହୋଇଛି। ଜାମଦା ପୋଲିସ ମୃତଦେହକୁ ଜବତ କରି ତଦନ୍ତ କରୁଛି। ସେହିପରି ବାଲେଶ୍ୱର ଜିଲ୍ଲା ବାଲିଆପାଳରେ ମଧ୍ୟ ଆଜି ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। କେନ୍ଦୁଡ଼ିହା ଗାଁରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ପଶ୍ଚିମବଙ୍ଗ କୁଳଡିହା ଅଞ୍ଚଳର […]

corona latest news odisha
ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁରରୁ ୮ଜଣ, କେନ୍ଦୁଝରରୁ ୨ଜଣ, କଟକରୁ ୨ଜଣ, ମାଲକାନଗିରିରୁ […]

odisha
ପୁଅକୁ ମାରି ବାଡ଼ି ପଛ ପଟେ ପୋତିଲା ବାପା

ଆଠଗଡ଼: ପୁଅର ହତ୍ୟାକାରୀ ସାଜିଲା ବାପା। ସପ୍ତାହ ତଳେ ପୁଅକୁ ମାରି ବାଡ଼ି ପଛ ପଟେ ପୋତି ଦେଇଥିଲା ବାପା। ହେଲେ ଏବେ ସାମ୍ନାକୁ ଆସିଲା ସତ। କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏହି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଗୋବରା ଗାଁରେ ରହୁଥିବା ଜଣେ ବ୍ୟକ୍ତି ତାଙ୍କର ୩୦ ବର୍ଷୀୟ ପୁଅକୁ ହତ୍ୟା କରିଥିବା ଜଣାପଡ଼ିଛି। ସପ୍ତାହ ତଳେ ଏହି ହତ୍ୟାକାଣ୍ଡ ହୋଇଥିଲା। ଯେମିତି କେହି ନ ଜାଣି ପାରିବେ, ସେନେଇ ସମ୍ପୃକ୍ତ […]

odisha
କରୋନା ଦୂର ହେବା ପାଇଁ ମନ୍ଦିର ଭିତରେ ମର୍ଡର !

ନରସିଂହପୁର: ମନ୍ଦିର ଭିତରେ ମର୍ଡର ! କରୋନା ଦୂର ହେବା ପାଇଁ ମନ୍ଦିର ଭିତରେ ପୂଜକ ଜଣେ ବ୍ୟକ୍ତିଙ୍କୁ ବଳି ଦେଇଥିବା ଅଭିଯୋଗ ହୋଇଛି। କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ବନ୍ଧହୁଡ଼ା ସ୍ଥିତ ବ୍ରାହ୍ମଣୀଦେଈ ମନ୍ଦିରରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ୫୨ ବର୍ଷୀୟ ସରୋଜ ପ୍ରଧାନ। ହତ୍ୟାକାରୀ ପୂଜକ ୭୦ ବର୍ଷୀୟ ସଂସାରୀ ଓଝା ବୋଲି ଜଣାପଡ଼ିଛି। ବର୍ତ୍ତମାନ ସାରା ଦେଶ କରୋନା ସହ ଲଢ଼ୁ ଥିବାବେଳେ ଏହାକୁ ଦୂର କରିବାକୁ ତାଙ୍କୁ […]

electricity
ଚଳିତ ମାସ ବିଦ୍ୟୁତ୍‌ ବିଲ୍‌ରେ ଲାଗୁ ହେବନି ଅଧିକ ଚାର୍ଜ

ଭୁବନେଶ୍ୱର: ମେ‘ ମାସ ବିଦ୍ୟୁତ୍‌ ବିଲ୍‌ରେ କୌଣସି ଅଧିକ ଚାର୍ଜ ଲାଗୁ କରାଯିବ ନାହିଁ। ଗତ ମାର୍ଚ୍ଚ ଓ ଏପ୍ରିଲ ମାସରେ ଉପଭୋକ୍ତା ଯେଉଁ ଦରରେ ବିଦ୍ୟୁତ୍ ବିଲ୍ ଦେଇଛନ୍ତି ମେ’ ମାସରେ ମଧ୍ୟ Orissa Electricity Regulatory Commission(OERC) ପକ୍ଷରୁ ନିର୍ଦ୍ଧାରିତ ଦର ଅନୁସାରେ ବିଲ୍ ପୈଠ କରିବେ। ଏ ନେଇ ସେସୁ ପକ୍ଷରୁ ସୂଚନା ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁ ସେସୁର କର୍ମଚାରୀ ଘରକୁ ଯାଇ ମିଟର ରିଡିଂ ନେଇ ପାରୁନାହାନ୍ତି। ତେଣୁ ପୁରୁଣା ମାସର […]

river
ପୂଜା ଫୁଲ ନଦୀରେ ପକାଇବାକୁ ଯାଇ ଭାସିଗଲା କୁନିପୁଅ

ବାଲେଶ୍ୱର:ଠାକୁର ପୂଜା  ବାସି ଫୁଲକୁ ପାଣିରେ ପକାଇବା ପାଇଁ  ମା’ଙ୍କ ସାଙ୍ଗରେ ନଦୀକୁ ଯାଇଥିଲା କୁନି ପୁଅ । ହେଲେ ଆଉ ଘରକୁ ଫେରିଲେନି। ନଦୀରେ ଭାସୁଥିବା କୁନି ପୁଅର ଚପଲ ଦେଖି ଡାକ ପକାଇଲେ ମା’। ଗାଁ ଲୋକ ଆସି ବହୁ ଖୋଜାଖୋଜି କଲେ। ହେଲେ ପୁଅ ମିଳିଲାନି। ଏପରି ଏକ ହୃଦୟ ବିଦାରକ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖଇରା ଥାନା ତୁରାଣୀପଦା ଗ୍ରାମରେ। ଗ୍ରାମର ପ୍ରଭାସ କୁମାର ସିଅଙ୍କ ୭ବର୍ଷର ପୁଅ ଶୁଭ୍ରଜିତ।  […]

CORONA-HEAVY
୧୫ ଜିଲ୍ଲାରୁ ୬୩ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ୧୫ ଜିଲ୍ଲାରୁ ଆକ୍ରାନ୍ତ ୬୩ ଜଣଙ୍କ ମଧ୍ୟରୁ ୬୧ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା। ଆଜି ଚିହ୍ନଟ ହୋଇଥିବା ୬୩ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୨ ଜଣ ଥିବାବେଳେ ଜଗତ୍‌ସିଂହପୁରର ୧୧, ଢେଙ୍କାନାଳର ୯ […]